• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୯ ଆକ୍ରାନ୍ତ

  • କ୍ୱାରେଣ୍ଟିନରୁ ୨୯୭; ଲୋକାଲ କେସ୍- ୨୧୩ ଚିହ୍ନଟ

  • ଖୋର୍ଦ୍ଧାରୁ ୧୯୭, କଟକରୁ ୭୮, ଷ୍ଟେଟପୁଲରୁ ୪୭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କମୁଛି ସଂକ୍ରମଣ । ଧୀରେ ଧୀରେ ଦୁର୍ବଳ ହେଉଛି କରୋନାର ଦ୍ୱିତୀୟ ଲହରୀ । ଗତ ୨୪ ଘଣ୍ଟା ମଧ୍ୟରେ ୫୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୭୫୪ରେ ପହଞ୍ଚିଛି । ସେହପରି ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୩୧ ଅଛନ୍ତି ଲୋକାଲ୍‌ କେସ୍‌ ।

ଆଜି ଚିହ୍ନଟ ୫୧୦ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୩୩ ଜଣ, ଭଦ୍ରକରୁ ୯ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟରୁ ୭୮ ଜଣ, ଗଜପତିରୁ ୭ଜଣ, ଗଞ୍ଜାମରୁ ୧୨ଜଣ, ଜଗତସିଂହପୁରରୁ ୨୨ଜଣ, ଯାଜପୁରରୁ ୨୨ଜଣ, ଝାରସୁଗୁଡ଼ାରୁ ୮ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୪ଜଣ, କେନ୍ଦ୍ରାପଡ଼ାରୁ ୭ଜଣ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୧୯୭ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ୪ଜଣ, ମୟୁରଭଞ୍ଜରୁ ୧୪ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୨୦ଜଣ, ରାୟଗଡ଼ାରୁ ୩ଜଣ, ସମ୍ବଲପୁରରୁ ୯ଜଣ, ସୁନ୍ଦରଗଡ଼ରୁ ୩ଜଣ ଓ ଷ୍ଟେଟ ପୁଲ୍‌ରୁ ୪୭ଜଣ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ଆଉ ୬ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮,୧୪୧କୁ ବୃଦ୍ଧି ପାଇଛି । ଆଜି ସମ୍ବଲପୁରରୁ ୨ ଜଣ ପ୍ରାଣ ହରାଇଥିବା ବେଳେ ନୟାଗଡ଼ ଓ କଟକର, ବୌଦ୍ଧ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୩୧୯୧୯୧ ଜଣଙ୍କର କରୋନା ପରୀକ୍ଷା କରାଯାଇଛି । ସେହିପରି ମୋଟ୍ ୧୦୨୦୭୫୪ ସଂକ୍ରମିତଙ୍କ ମଧ୍ୟରୁ ୫୪୯୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୭୦୬୬ଜଣ କରୋନାକୁ ମାତ୍‌ ଦେଇ ଘରକୁ ଫେରିଛନ୍ତି ।