• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ରାଜ୍ୟରେ ୨୪ ଘଣ୍ଟାରେ ୬୫୨ ସଂକ୍ରମିତ ଚିହ୍ନଟ, ୭ ମୃତ

  • କ୍ୱାରେଣ୍ଟିନରୁ ୩୮୦; ଲୋକାଲ କେସ୍- ୨୭୨ ଚିହ୍ନଟ

  • ଖୋର୍ଦ୍ଧା- ୩୩୧, କଟକ- ୭୦, ମୟୂରଭଞ୍ଜରୁ ୨୯ ଚିହ୍ନଟ

  • ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୬୯୬କୁ ବୃଦ୍ଧି

  • ଆକ୍ଟିଭ୍- ୫,୦୮୩; ସୁସ୍ଥ ହେଲେଣି ୧୦ ଲକ୍ଷ ୧୮ ହଜାର ୩୧୧

ଭୁବନେଶ୍ୱର : ପାର୍ବଣ ଋତୁ ଆସୁଥିବା ବେଳେ ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ । ତେବେ କିଛି ଦିନ ଫ୍ଲାଟୋ ସ୍ଥିତିରେ ରହିବା ପରେ ଆଜି ପୁଣି ୬୦୦ ଉପରେ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୬୫୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭ ଜଣ ଆକ୍ରାନ୍ତ ଜୀବନ ହାରିଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୨ ଆକ୍ରାନ୍ତ ଅଛନ୍ତି । ସେହିପରି କ୍ୱାରେଣ୍ଟିନରୁ ୩୮୦ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୭୨ ଜଣ ।

ଖୋର୍ଦ୍ଧା, କଟକ, ମୟୂରଭଞ୍ଜରୁ ଆଜି ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଜିଲ୍ଲାମାନଙ୍କରେ ଯଥାକ୍ରମେ ୩୩୧, ୭୦, ୨୯ ଜଣ ସଂକ୍ରମିତ ପଜିଟିଭ୍ ବାହାରିଛନ୍ତି । ନୂଆ ଆକ୍ରାନ୍ତ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୬୯୬କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଆଉ ୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଫଳରେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୨୪୯କୁ ବୃଦ୍ଧି ପାଇଛି ।

୬୫୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୧୯ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗିର ୩ ଜଣ, କଟକରୁ ୭୦ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୩୩୧ ଜଣ, କୋରାପୁଟରୁ ୧ ଜଣ, , ମୟୁରଭଞ୍ଜରୁ ୨୯ ଜଣ, ନୟାଗଡ଼ରୁ ୬ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୨ ଜଣ , ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟପୁଲରୁ ୭୩ ଜଣ ଚିହ୍ନଟ ହୋଇଛନ୍ତି ।

ସେହିପରି ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦୬୪୫୨୬୫ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି । ମୋଟ୍ ୧୦୩୧୬୯୬ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮୩ ଆକ୍ଟିଭ୍ କେସ୍ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦୧୮୩୧୧ ଜଣ । ସେହିପରି ଗତକାଲି କରୋନାରୁ ସୁସ୍ଥ ହୋଇଛନ୍ତି ୫୯୭ ଜଣ ।