• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ମାମଲା

  • ପତ୍ନୀ ବିଦ୍ୟାଭାରତୀଙ୍କର ଲାଏ ଡିଟେକ୍ସନ ଟେଷ୍ଟ

  • ବିଦ୍ୟାଙ୍କୁ ପଚରାଯାଇପାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ

ଭୁବନେଶ୍ୱର : ବିଦ୍ୟାଙ୍କ ମିଛ ଧରା ପରୀକ୍ଷା । ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଂଜନଙ୍କ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କର ଲାଏ ଡିଟେକ୍ସନ ଟେଷ୍ଟ । ଭୁବନେଶ୍ୱର ସ୍ଥିତ ଷ୍ଟେଟ୍ ଫୋରେନ୍ସିକ୍ ସାଇନ୍ସ ଲାବୋରେଟୋରିରେ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ଚାଲିଛି । ଲାଏ ଡିଟେକ୍ସନ ଟେଷ୍ଟ ବେଳେ ବିଦ୍ୟାଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚାରିପାରନ୍ତି ଫୋରେନସିକ୍ ଅଧିକାରୀ ।  

ଡିଏଫ୍ଓଙ୍କୁ ସେ ଜାଣିଥିଲେ କି ନାହିଁ ? ସୌମ୍ୟ କିପରି ଭାବେ ଜଳିଗଲେ ?  ଘଟଣା ସଂପର୍କରେ କିଏ ପ୍ରଥମେ ଜଣାଇଥିଲା ? କାହାର ନିଷ୍ପତ୍ତି କ୍ରମେ ସୌମ୍ୟଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା ?  ବୈବାହିକ ଜୀବନରେ କିଛି ବିବାଦ ଥିଲା କି ?  ମିଳିଥିବା ରିଲେସନସିପ୍ ଏଗ୍ରିମେଣ୍ଟ କଣ ସତ ନା ମିଛ ?  କିଏ ଏବଂ କେତେବେଳେ ସେହି ଏଗ୍ରିମେଣ୍ଟ କରିଥିଲା ? ଏପରି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚରା ଯାଇପାରେ ଲାଏ ଡିଟେକ୍ସନ ଟେଷ୍ଟ ବେଳେ । 

ପୂର୍ବରୁ ଡିଏଫ୍ଓ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କର ଲାଏ ଡିଟେକ୍ସନ ଟେଷ୍ଟ ହୋଇସାରିଛି  । ପୂର୍ବରୁ ହୋଇଥିବା ଦୁଇ ଦୁଇ ଥର ଜେରାରେ ଉଭୟେ କେତେ ସତ କହିଛନ୍ତି, କେତେ ସତ ଢୋକିଛନ୍ତି, ସେସବୁ ଧରିବାକୁ ଦୁହିଁଙ୍କର ଅଲଗା ଅଲଗା ହୋଇଥିଲା ଲାଇଡିଟେକ୍ସନ୍ ଟେଷ୍ଟ । ପାଖାପାଖି ୩ ଘଣ୍ଟାର ପରୀକ୍ଷା  ହୋଇଥିଲା । ଏହି ସମୟରେ ପୂର୍ବରୁ ପ୍ରସ୍ତୁତ ପ୍ରଶ୍ନାବଳୀ ଆଧାରରେ ଡିଏଫ୍ଓଙ୍କୁ ଗୋଳେଇ, ଘାଣ୍ଟି ଶହେରୁ ଅଧିକ ପ୍ରଶ୍ନ ପଚାରିଥିଲେ ଅଧିକାରୀ । ଲାଇ ଡିଟେକ୍ସନ୍ ଅଧିକାରୀ ରୋଷେୟା ମନ୍ମଥ କୁମ୍ଭଙ୍କୁ  ବି ୫୦ରୁ ଅଧିକ ପ୍ରଶ୍ନର ସମ୍ମୁଖୀନ ହେବାକୁ ପଡ଼ିଥିଲା ।  ତେବେ ACF ସୌମ୍ୟ ରଂଜନଙ୍କ ମୃତ୍ୟୁକୁ ୨ ମାସ ପୂରିଥିଲେ ବି ତଦନ୍ତକାରୀ ସଂସ୍ଥାକୁ ସଫଳତା ମିଳିପାରିନି ।