• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ଭୁବନେଶ୍ୱରରେ ଘରେ ପଶି ମାଆ, ଝିଅଙ୍କୁ ଛୁରାମାଡ଼

  • ପଡ଼ୋଶୀ ଘରର ଯୁବକ ଘରେ ପଶି ଛୁରାମାଡ଼ କରିଥିବା ସୂଚନା

  • ଯୁବକ ଜଣଙ୍କ ମହିଳା ଡ୍ରେସ ପିନ୍ଧି ଘରେ ପଶିଥିବା ସୂଚନା

ଭୁବନେଶ୍ୱର : ରାଜଧାନୀରେ ଚାଞ୍ଚଲ୍ୟ । ଭୁବନେଶ୍ୱରରେ ଘରେ ପଶି ମାଆ, ଝିଅଙ୍କୁ ଛୁରାମାଡ଼ । ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀ ବିହାର ଅଞ୍ଚଳରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ପଡ଼ୋଶୀ ଘରର ଯୁବକ ଘରେ ପଶି ଛୁରାମାଡ଼ କରିଛି । ତେବେ ଯୁବକ ଜଣଙ୍କ ମହିଳା ଡ୍ରେସ ପିନ୍ଧି ଘରେ ପଶିଥିବା ସୂଚନା ମିଳିଛି । ମାଆ, ଝିଅଙ୍କୁ ଆକ୍ରମଣ କରିବା ବେଳେ ଯୁବକ ଜଣକ ନିଜେ ମଧ୍ୟ ଆହତ ହୋଇଛି ।  ଛୁରାମାଡ଼ କରିବାର କାରଣ ଜଣାପଡ଼ିନି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି ।

ପୁଲିସ୍‌ର ପ୍ରାଥମିକ ସୂଚନା ଅନୁସାରେ ଶୈଳଶ୍ରୀ ବିହାର ଅଞ୍ଚଳରେ ରୂପେଶ ନାମକ ଯୁବକ ମହିଳାଙ୍କ ଡ୍ରେସ ପିନ୍ଧି ପଡ଼ୋଶୀ ଘରେ ପଶିଥିଲା । ତେବେ ମା’ ଝିଅକୁ ଆକ୍ରମଣ କରିବା ସୟମରେ ନିଜେ ସେ ଆହତ ହୋଇଥିଲେ । ସମସ୍ତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ଚିକିତ୍ସା ପରେ ବର୍ତ୍ତମାନ ମା’ ଝିଅଙ୍କୁ ଘରକୁ ପଠାଇ ଦିଆଯାଇଛି।

ଆକ୍ରମଣ କରିବାକୁ ଯାଇ ଯୁବକ ଜଣେ ସେ କିପରି ନିଜେ ଗୁରୁତର ଆହତ ହେଲେ ସେ ନେଇ ସୃଷ୍ଟି ହୋଇଛି ସନ୍ଦେହ । ଖବର ପାଇ ପୋଲିସ ପହଞ୍ଚି ତଦନ୍ତ କରୁଛି । ଅନ୍ୟପଟେ ରୂପେଶଙ୍କ ସ୍ତ୍ରୀ ଭିନ୍ନ ଅଭିଯୋଗ ଆଣିଛନ୍ତି । ଏକାଧିକ ଯୁବକ ଆସି ସ୍ୱାମୀଙ୍କୁ ଛୁରା ମାଡ଼ କରି ଗାଡ଼ି ଛଡ଼ାଇ ନେଇଥିବା କହିଛନ୍ତି ।