• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

News Highlights

  • ଶପଥ ନେଲେ ମୁଖ୍ୟ ସୂଚନା କମିଶନର ।

  • ମୁଖ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ ।

  • ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ।

ଭୁବନେଶ୍ୱର: ରାଜ୍ୟର ମୁଖ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ସୂଚନା କମିଶନର ଶପଥ ଗ୍ରହଣ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂରେ ଉପସ୍ଥିତ ଥିଲେ । ତାମିଲନାଡୁର ପୂର୍ବତନ ପୋଲିସ ଡିଜି ଥିଲେ ଜଳଦ କୁମାର ତ୍ରିପାଠୀ । ସେ ପୂର୍ବରୁ ଚେନ୍ନାଇ ପୋଲିସ କମିଶନର ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ।

ସୁନିଲ ମିଶ୍ରଙ୍କ କାର୍ଯ୍ୟକାଳ ଶେଷ ପରେ ଖାଲିଥିଲା ପଦବୀ । ଏହି ପଦବୀ ପାଇଁ ଜଳଦ ତ୍ରିପାଠୀଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ତାମିଲନାଡୁର ପୂର୍ବତନ ପୋଲିସ ଡିଜି ତଥା ୧୯୮୫ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ୍ ଥିଲେ ଜଳଦ ତ୍ରିପାଠୀ । ୨୦୨୧ ଜୁନ ୩୦ ତାରିଖରେ ସେ ପୋଲିସ ଡିଜି ପଦବୀରୁ ଅବସର ନେଇଥିଲେ ।

ତାମିଲନାଡୁର ପୂର୍ବତନ ପୋଲିସ ଡିଜି ଜଳଦ କୁମାର ତ୍ରିପାଠୀ, ରାଜ୍ୟର ପୂର୍ବତନ ପିସିସିଏଫ ସନ୍ଦୀପ ତ୍ରିପାଠୀ ଓ ଆଇପିଏସ୍ ଏମ.ଅକ୍ଷୟଙ୍କ ନାଁକୁ ରାଜ୍ୟ ମୁଖ୍ୟ ସୂଚନା କମିଶନର ପଦବୀ ପାଇଁ ରାଜ୍ୟ ସରକାର ସର୍ଟଲିଷ୍ଟ କରିଥିଲେ । ସେମାନଙ୍କ ମଧ୍ୟରୁ ଜଳଦ କୁମାର ତ୍ରିପାଠୀଙ୍କୁ ଚୟନ କରାଯାଇଥିଲା । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ଚୟନ କମିଟି ବୈଠକରେ ଜଳଦ କୁମାର ତ୍ରିପାଠୀଙ୍କ ନାଁରେ ମୋହର ବାଜିଥିଲା । ପୂର୍ବରୁ ସେ କେନ୍ଦ୍ରୀୟ ଭିଜିଲାନ୍ସ କମିଶନ ଦୌଡ଼ରେ ରହିଥିଲେ ।

୨୦୦୮ ମସିହାରେ ସେ ପ୍ରଥମ ପୋଲିସ୍ ଭାବେ ପବ୍ଲିକ ଆଡମିନିଷ୍ଟ୍ରେସନରେ ଉଲ୍ଲେଖନୀୟ ସେବା ପାଇଁ ‘ପ୍ରଧାନମନ୍ତ୍ରୀ ଆୱାର୍ଡ’ରେ ସମ୍ମାନିତ ହୋଇଥିଲେ । ଶ୍ରୀ ତ୍ରିପାଠୀଙ୍କ ଘର କଟକ ଜିଲ୍ଲାର ସାଲେପୁର ବ୍ଲକର ଭେଡ଼ା ଗାଁରେ ବୋଲି ସୂଚନା ମିଳିଛି ।