ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର  : କର୍ପୋରେଟ୍ ସୋସିଆଲ ରେସ୍ପନସବିଲିଟି ବା CSRରୁ ଅର୍ଥ ବ୍ୟବସ୍ଥା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠି ପାଇଁ CSRରୁ ଅର୍ଥ ବ୍ୟବସ୍ଥା ଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ପାଇଁ CSRରୁ ଅର୍ଥ ବ୍ୟବସ୍ଥା ନାହିଁ। ତେଣୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ପାଇଁ CSRରୁ ଅର୍ଥ ବ୍ୟବସ୍ଥା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏମିତିକି ଜାତୀୟ ଦୁର୍ବିପାକ ସମୟରେ ଜାମ୍ମୁକାଶ୍ମୀର ଏବଂ ନେପାଳକୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଟଙ୍କା ଦିଆଯାଇଛି। ତେଣୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସିଏସଆରରୁ ଅର୍ଥର ଆବଶ୍ୟକତା ରହିଛି। ଏଥିସହ କଂପାନୀ ଆକ୍ଟରେ ସଂଶୋଧନ କରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥ ଦାବି ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ନବୀନ।

Comments
Loading...