ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର। ଏନେଇ କେନ୍ଦ୍ରମନ୍ତ୍ରୀ ହର୍ଷ ବର୍ଦ୍ଧନ ସିଂ ସୂଚନା ଦେଇ କହିଛନ୍ତି ଯେ, ଏବେ ସେ ଭଲ ଅଛି। ବ୍ୟସ୍ତ ହେବାର କିଛି କାରଣ ନାହିଁ। ତେବେ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ନେଇ ଏମ୍ସ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି।

ଆଜି ତାଙ୍କୁ ମେଡିକାଲରୁ ଛାଡି ଦିଆଯାଇପାରେ ବୋଲି ଜଣାପଡ଼ିଛି। ଗତକାଲି ରୁଟିନ୍‌ ଚେକ ଅପ୍ ପାଇଁ ଆସିଥିବାବେଳେ ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ ଏମ୍ସରେ ରଖାଯାଇଛି।

ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଭେଟିଥିଲେ। ସେହିପରି ପୂର୍ବରୁ ବିଜେପି ଅଧ୍ୟକ୍ଷ ଅମିତ ଶାହା, ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଭାନୀ ଓ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ପ୍ରମୁଖ ଏମ୍ସ ଯାଇ ଡାକ୍ତରଙ୍କଠାରୁ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଧ୍ୟ ଏମ୍ସ ଯାଇ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଥିଲେ।

Comments
Loading...