ମୌସୁମୀ ପୁଣି ସକ୍ରିୟ, ଚାରି ଦିନ ବର୍ଷିବ

ଭୁବନେଶ୍ୱର: ମୌସୁମୀ ପୁଣି ସକ୍ରିୟ ହୋଇଛି। ଉତ୍ତର ଉପକୂଳରେ ଘୂର୍ଣ୍ଣିବଳୟ ସାଙ୍ଗକୁ ବଙ୍ଗୋପ ସାଗରରେ ଏକ ଲଘୁଚାପ ମଧ୍ୟ ସୃଷ୍ଟି ହେବାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଏହାର ପ୍ରଭାବରେ ଆଜିଠୁ ବର୍ଷା ଆରମ୍ଭ ହେବ । ଆଜିଠୁ ଚାରିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

 

 

Comments
Loading...