ତାତିରୁ ମିଳିପାରେ ତ୍ରାହି

ଭୁବନେଶ୍ୱର: ଆଜି ଏବଂ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ।  ଯାଜପୁର, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ସ୍ଥାନରେ କାଳ ବୈଶାଖୀର ସମ୍ଭାବନା ରହିଛି।

ତେଣୁ ଆଗକୁ ଗ୍ରୀଷ୍ମ ପ୍ରକୋପରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏଭଳି  ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଳବୈଶାଖୀ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ହେବ।

ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ପୁନର୍ବାର ୫ ତାରିଖ ପରଠାରୁ ତାପମାତ୍ରା ବଢିବା ନେଇ ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଏପଟେ ଗତକାଲି ରାୟଗଡା ଗୁଣୁପୁରରେ କାଳବୈଶାଖୀ ବର୍ଷା ହୋଇଛି।  ଫଳରେ ଲୋକଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।

Comments
Loading...