କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ନେଇ ସତର୍କ ସୂଚନା । ଆଜି ରାତି ୮ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପରାମର୍ଶ। ୧୧ଟି ଜିଲ୍ଲା ପାଇଁ ସତର୍କତା ସୂଚନା । ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗିର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଯାଜପୁର ଜିଲ୍ଲାପାଇଁ ସତର୍କ ସୂଚନା ଜାରି ରହିଛି।

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏପରି ପାଗ ରହିବାର ସମ୍ଭାବନା। ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ବେଶୀ ରହିବ। କାଳବୈଶାଖୀ ସମୟରେ ୫୦ରୁ ୬୦ କି.ମି. ବେଗରେ ପବନ ବହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ରହିଛି।

Comments
Loading...