କାଳବୈଶାଖୀ ପ୍ରଭାବ: ୧୦ ଜିଲ୍ଲା ପାଇଁ ସତର୍କ ସୂଚନା

ଭୁବନେଶ୍ୱର: ପୁଣିଥରେ କାଳବୈଶାଖୀ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ସନ୍ଧ୍ୟା ୭.୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ରାଜ୍ୟର ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ରାୟଗଡ଼ା, କୋରାପୁଟ, ଗଜପତି, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ବଜ୍ରପାତ ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

ମିଳିଥିବା ଖବର ଅନୁସାରେ ବଜ୍ରପାତ ସହିତ ବର୍ଷା ହେବା ସାଙ୍ଗକୁ ୫୦ରୁ ୬୦ କିମି ବେଗରେ ପବନ ବହିବା ଆଶଙ୍କା ରହିଛି। ଏହି ସମୟରେ ଲୋକମାନଙ୍କୁ ଘର ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଏପ୍ରିଲ ୧୧ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ଓଡ଼ିଶାର ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।

Comments
Loading...