ଅାଜି ଅାଡ଼ପ ମଣ୍ଡପ ବିଜେ କରିବେ ମହାପ୍ରଭୁ

ରଥରେ ଉପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ : ଅାଜି ଅାଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂରତି। ରତ୍ନବେଦୀ ଛାଡ଼ି ଜନ୍ମବେଦୀ ଅଭିମୁଖେ ଭାଇ ଭଉଣୀଙ୍କୁ ଧରି ନବଦିନାତ୍ମକ ଘୋଷଯାତ୍ରାରେ ଅାସିଥିବା କାଳିଅା ଠାକୁର ଏବେ ରଥ ଉପରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।  ଅାଜି ସକାଳୁ ରଥ ଉପରେ ଶ୍ରୀଜିଉଙ୍କ ମଙ୍ଗଳ ଅାଳତୀ ଏବଂ ଅବକାଶ ନୀତି ସମ୍ପନ୍ନ ହୋଇଛି ।

ପୁରୀରେ ବର୍ଷା ଯୋଗୁଁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଶୀଘ୍ର ଅାଡପ ମଣ୍ଡପ ବିଜେ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଅାଯାଇଛି । ଦୁଇ ଦିନ ଧରି ବର୍ଷା ଲାଗି ରହିଥିଲେ ବି ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

You might also like