କଟକରେ ଆଉ ୧୭ କରୋନା ପଜିଟିଭ୍ ଚିହ୍ନଟ
କଟକ: କଟକର ଏକ ଘରୋଇ କଲେଜରୁ ପ୍ରଥମେ ୧୨ ଜଣ ଓ ପରେ ସମ୍ପୃକ୍ତ କଲେଜରୁ ପୁଣି ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ଆଉ ଏକ ଶିକ୍ଷାନୁଷ୍ଠାନରୁ ୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଉକ୍ତ ଶିକ୍ଷାନୁଷ୍ଠାନର ୧୭ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସିଏମ୍ସି ସୂତ୍ରରୁ ଜଣାପଡ଼ିଛି। ଆକ୍ରାନ୍ତମାନଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯିବ ବୋଲି ଜଣାପଡ଼ିଛି।
ସୂଚନାଥାଉ କି, ଗତକାଲି କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ୧୪ ଜଣ ହୋମ୍ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ୧ ରହିଛି। ଏନେଇ ସିଏମ୍ସି ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି।
#COVID19 update in Cuttack city (CMC area)
15 +ve cases has been reported today in Cuttack city.
Another 4 recoveries have been reported recently! KUDOS to all doctors & healthcare staff. pic.twitter.com/LPX1iIPp68
— CMC,Cuttack (@CMCCuttack) March 19, 2021
ଅନ୍ୟପକ୍ଷେ, ସୁବର୍ଣ୍ଣପୁର ଜିଲ୍ଲା ବିିନିକାର ଏକ କଲେଜର ଯୁକ୍ତ ୨ ଦ୍ୱିତୀୟ ବର୍ଷର ୬ ଜଣ ଛାତ୍ରଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଟିମ୍ ସମ୍ପୃକ୍ତ କଲେଜର ୯୦ ଜଣ ଛାତ୍ରଛାତ୍ରୀଙ୍କ ସ୍ୱାବ୍ ସଂଗ୍ରହ କରି କରୋନା ଟେଷ୍ଟ କରିଥିଲେ। ସେମାନଙ୍କ ମଧ୍ୟରୁ ୫୦ ଜଣଙ୍କ RTPCR ଓ ୪୦ ଜଣଙ୍କ ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିଲା। ଆଣ୍ଟିଜେନ ଟେଷ୍ଟ କରାଯାଇଥିବା ୬ ଜଣ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ହୋଇଛନ୍ତି।