ପୁରୀରେ ଓକିଲ ଓ ମୋହରିରଙ୍କୁ କରୋନା

ପୁରୀ: ପୁରୀରୁ ଚିହ୍ନଟ ହୋଇଥିବା ନୂଆ ୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଓକିଲ ଓ ଜଣେ ମୋହରିର ଅଛନ୍ତି। ସେମାନଙ୍କ ସ୍ୱାବ ରିପୋର୍ଟ ପଜିଟିଭ ଆସିବା ପରେ ଜୁଡିସିଆଲ୍‌ କୋର୍ଟ, କଲେକ୍ଟୋରେଟ୍‌, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ଡିଏସ୍‌ଆର୍‌ଙ୍କ ଅଫିସରେ ତାଲା ପଡ଼ିଛି।

ଜିଲ୍ଲା ପ୍ରଶାସନ ପକ୍ଷରୁ ପୁରୀ ଜିଲ୍ଲା ହରିହର ଛକରୁ ଟାଉନ୍ ହଲ୍ ପର୍ଯ୍ୟନ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି।

ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି କଣ୍ଟେନମେଣ୍ଟ ଜାରି ରହିବ ବୋଲି ପୁରୀ ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି।

You might also like