ଦିନକରେ ରାଜ୍ୟରେ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧତ୍କ ୫୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକ- ୨୯୨, ପୁରୀରୁ ୨୫୪ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ- ୧୭୫, ଯାଜପୁର- ୧୬୬, ବରଗଡ଼- ୧୩୩, ମୟୂରଭଞ୍ଜ- ୧୨୬, ବାଲେଶ୍ୱର- ୧୨୦, ସମ୍ବଲପୁର- ୧୧୬, ବଲାଙ୍ଗିର-୧୦୪, କେନ୍ଦୁଝର- ୧୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି କେନ୍ଦ୍ରାପଡ଼ା- ୯୯, ଜଗତସିଂହପୁର ଓ ଝାରସୁଗୁଡ଼ାରୁ ୮୪ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ନୂଆପଡ଼ା- ୭୨, ନବରଙ୍ଗପୁର- ୭୧, ନୟାଗଡ଼-୭୦ ଓ ଢେଙ୍କାନାଳ ୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ଆକ୍ରନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସୁସ୍ଥ ସଂଖ୍ୟା ୨,୧୩,୬୭୨କୁ ବୃଦ୍ଧି ହୋଇଛି।

You might also like