ଭୁବନେଶ୍ୱରରେ କମ୍‌ ଆକ୍ରାନ୍ତ ଅଧିକ ସୁସ୍ଥ ହେଲେ

ଭୁବନେଶ୍ୱର: ମହାନଗରରୁ ଆଉ ୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୨୧୬ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୫୫, ଲୋକାଲ୍ କେସ୍ ୧୬୧ ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ବିଏମ୍‌ସି।

ଆଜି ଚିହ୍ନଟ ହୋଇଥିବା ପଜିଟିଭ୍‌ଙ୍କ ମଧ୍ୟରୁ ଚନ୍ଦ୍ରଶେଖରପୁର ଓ ନୟାପଲ୍ଲୀରୁ ୧୧ ଲେଖାଏଁ ଲୋକାଲ୍ କେସ୍ ଚିହ୍ନଟ ହୋଇଛନ୍ତି।

ସେହିଭଳି ପଟିଆ ଓ ୟୁନିଟ୍-୯ରୁ ୧୦ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବଡ଼ଗଡ଼, ଲକ୍ଷ୍ମୀସାଗର ଓ ଖଣ୍ଡଗିରିରୁ ୭ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୋଖରୀପୁଟ ଓ ବମିଖାଲରୁ ୬ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ବିଏମ୍‌ସି ସୂଚନା ଦେଇଛି। ଓଲ୍ଡ ଟାଉନ୍ ଓ ଝାରପଡ଼ାରୁ ମଧ୍ୟ ୫ ଜଣ ଲେଖାଏଁ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏପଟେ ଆକ୍ରାନ୍ତଙ୍କ ଠାରୁ ଅଧିକ ସୁସ୍ଥ ମଧ୍ୟ ହୋଇଛନ୍ତି।  ଆଜି ଭୁବନେଶ୍ୱରରୁ ଆଉ ୩୦୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ବିଏମ୍‌ସି ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like