Corona Death in Odisha: ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ୯ କରୋନା ରୋଗୀ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୨୮
ସୂଚନାଥାଉ କି, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨, ୭୫୨ କରୋନା ରୋଗୀ। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱରେଣ୍ଟିନ୍ରୁ ୧, ୭୦୮ ଏବଂ ଲୋକାଲ କେସ ୧୦୪୪ ।
ଖୋର୍ଦ୍ଧାରୁ ସବାଧିକ ୪୨୩ ଜଣ ଚିହ୍ନଟ ହୋଇଛନ୍ତି। କଟକରୁ ୨୪୭ ଏବଂ ଗଞ୍ଜାମରୁ ୨୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ଆକ୍ଟିଭ କେସ୍ ୨୬, ୮୨୬ ରହିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୪, ୨୩୪ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୫୬, ୯୨୪ ଜଣ ସୁସ୍ଥ ହୋଇଛନ୍ତି।
Regret to inform the demise of Nine #COVID19 positive patients while under treatment in hospitals.
1. A 55-year old male of Balasore district.
2.A 55-year old male of Bhubaneswar who was also suffering from Chronic Kidney Disease.
— H & FW Dept Odisha (@HFWOdisha) August 25, 2020