ଦେଶରେ କରୋନା ସ୍ଥିତି; ୪୭ ହଜାର ନୂଆ ରୋଗୀ ଚିହ୍ନଟ

ନୂଆଦିଲ୍ଲୀ: କରୋନା ଚିନ୍ତା ବଢାଉଥିବାବେଳେ ଏବେ ନଜରକୁ ଆସିଛି ଏକ ଖୁସି ଖବର। ଦିନକୁ ଦିନ କରୋନା ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବାବେଳେ  ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି।  ଏବେ ଯାଏ ଦେଶରେ ମୋଟ୍ ୬୪ ଦଶମିକ ୨୩ ପ୍ରତିଶତ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟାରେ ୪୭ ହଜାର ୭୦୪ ନୂଆ କରୋନା ଆକ୍ରାନ୍ତ ଦେଶରେ ଚିହ୍ନଟ ହୋଇଛନ୍ତି।  ଏହାକୁ ମିଶାଇ ଏବେ ଦେଶରେ ମୋଟ୍ କରୋନା ଆକ୍ରାନ୍ତ ୧୪ ଲକ୍ଷ ୮୩ ହଜାର ୧୫୭ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ୬୫୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ପରେ ମୃତ୍ୟୁ ସଂଖ୍ୟା ୩୩ ହଜାର ୪୨୫କୁ ବୃଦ୍ଧି ପାଇଛି।

ଏବେ ୪ ଲକ୍ଷ ୯୬ ହଜାର ୯୮୮ ଜଣଙ୍କ ଚିକିିତ୍ସା ଚାଲିଥିବା ବେଳେ ୯ ଲକ୍ଷ ୫୨ ହଜାର ୭୪୪ ଜଣ ସୁସ୍ଥ ହୋଇଛନ୍ତି। ତେବେ ମହାରାଷ୍ଟ୍ରରେ ସ୍ଥିତି ଏବେ ବି ସୁଧୁରିନି।
ମହାରାଷ୍ଟ୍ରରେ ୨୪ ଘଣ୍ଟାରେ ୨୨୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ମୋଟ୍ ମୃତ୍ୟୁ ସଂଖ୍ୟା ୧୩,୮୮୩ରେ ପହଞ୍ଚିଛି।  ସେହିପରି ଦିଲ୍ଲୀରେ ମୃତ୍ୟୁ ସଂଖ୍ୟା ୩ ହଜାର ୮୫୩, ତାମିଲନାଡୁରେ ୩ ହଜାର ୫୭୧ ଏବଂ ଗୁଜରାଟରେ ୨ ହଜାର ୩୪୮ ଜଣଙ୍କର ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ହ୍ୱାଟ୍ସଆପ୍‌ ଜରିଆରେ ଲୋକଙ୍କୁ ମିଳିବ କରୋନା ପରାମର୍ଶ

Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

You might also like