କରୋନାର କରାଳ ରୂପ: ୪ ଦିନରେ ୯ ମୃତ, ୧୫୩୬ ଆକ୍ରାନ୍ତ

ଭୁବନେଶ୍ୱର: ଜୁଲାଇ ଆରମ୍ଭରୁ କରୋନା ଦେଖାଇଲାଣି କରାଳ ରୂପ। ଜୁଲାଇର ପ୍ରଥମ ୪ ଦିନରେ କରୋନାରେ ଗଲାଣି ୯ ଜୀବନ, ୪ ଦିନରେ ୯ ମୃତ ସହ ଆକ୍ରାନ୍ତ ହେଲେଣି ୧୫୩୬ ଜଣ।

ମାସକରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୯୯୩ ବଢ଼ିଛି। ଜୁନ୍ ୪ ତାରିଖରେ କରୋନା ଆକ୍ରାନ୍ତ ଥିଲେ ୨୬୦୮ ଜଣ। ଆଜି ଜୁଲାଇ ୪ରେ ଆକ୍ରାନ୍ତଙ୍କ ସଂଖ୍ୟା ୮୬୦୧ ଛୁଇଁଛି। ମାସକ ତଳେ ୮ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିଲା। ଏବେ ମୃତ୍ୟୁ ସଂଖ୍ୟା ୩୪ ହୋଇଛି। ମାତ୍ର ମାସକ ମଧ୍ୟରେ କରୋନାରେ ୨୬ ଜଣଙ୍କ ଜୀବନ ଗଲାଣି।

କେବଳ ଆଜି ଓ କାଲିର ତଥ୍ୟକୁ ଦେଖିଲେ ମାତ୍ର ଦୁଇଦିନ ଭିତରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ୧୦୫୬ ହୋଇଛି। ଗତକାଲି ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୪୯୫ ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ହୋଇଥିବା ୪୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୫ କ୍ୱାରେଣ୍ଟିନରୁ, ୧୪୦ ଲୋକାଲ୍ କେସ ରହିଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୦୬୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୫,୭୦୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୮୫୩ ଜଣ ଚିକିତ୍ସାଧୀନ ଅଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

ଦାଦାବଟି ରୋକିବାକୁ ଜାରି ହେଲା ହେଲ୍ପଲାଇନ୍ ନମ୍ୱର

You might also like