ରାଜ୍ୟର ୫ଟି ବିଶ୍ୱବିଦ୍ୟାଳୟରେ ଓଡ଼ିଆ ପ୍ରଫେସର ପଦବୀ ଖାଲି

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଶିକ୍ଷକ ପଦବୀ ଫାଙ୍କା। ୮ଟି ବିଶ୍ୱବିଦ୍ୟାଳୟରୁ ୫ଟିରେ ନାହାନ୍ତି ଓଡ଼ିଆ ପ୍ରଫେସର। ଆଜି ବିଧାନସଭାରେ ବିଜେପି ବିଧାୟକ ଦିଲୀପ ରାୟଙ୍କ ପ୍ରଶ୍ନରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅନନ୍ତ ଦାସ ଏହି ସୂଚନା ଦେଇଛନ୍ତି । ଉତ୍କଳ ବିଶ୍ୱବିଦ୍ୟାଳୟ , ଫକିର ମୋହନ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ , ରେଭେନ୍ସା ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ପ୍ରଫେସର ପଦବୀ ଫାଙ୍କା ରହିଛି। ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ରମାଦେବୀ ବିଶ୍ୱବିଦ୍ୟାଳୟରେ ଆଦୌ ଓଡ଼ିଆ ଶିକ୍ଷକ ନାହାନ୍ତି।

 

You might also like