ଏଣିକି ମହାରାଷ୍ଟ୍ରରେ ବିନା ଅନୁମତିରେ ପଶି ପାରିବନି ସିବିଆଇ

ମୁମ୍ବାଇ: ମହାରାଷ୍ଟ୍ରରେ ସରିଲା ସିବିଆଇ ତଦନ୍ତ। ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ଏଣିକି ମହାରାଷ୍ଟ୍ରରେ ତଦନ୍ତ କରିବନି। ମହାରାଷ୍ଟ୍ର ସରକାର ସିବିଆଇ ତଦନ୍ତ ପ୍ରକ୍ରିୟାର ଅବଧିକୁ ସାରିଛନ୍ତି। ଏଣିକି ସିବିଆଇ ମହାରାଷ୍ଟ୍ରରେ କୌଣସି ମାମଲାର ଯାଞ୍ଚ କରିବାକୁ ଚାହିଁଲେ ରାଜ୍ୟ ସରକାରଙ୍କଠୁ ଅନୁମତି ନେବେ। ଅନୁମତି ପରେ ହିଁ ମହାରାଷ୍ଟ୍ରରେ ପହଞ୍ଚି ତଦନ୍ତ କରିପାରିବେ।

କେବଳ ଜାତୀୟ ସୁରକ୍ଷା ଓ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏହା ଲାଗୁ ହେବ ନାହିଁ। ଅଗଷ୍ଟ ୨୧ରୁ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ତଦନ୍ତ କରିବାକୁ ମୁମ୍ବାଇ ପହଞ୍ଚିଥିଲା ସିବିଆଇ ଟିମ୍। ୩ ମାସରୁ ଅଧିକ ସମୟର ତଦନ୍ତ ପରେ ଏବେ ସିବିଆଇ ଟିମ୍ ଚୂଡ଼ାନ୍ତ ରିପୋର୍ଟ ଦେବାକୁ ପ୍ରସ୍ତୁତି କରୁଥିବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।

ଜୁନ୍ ୧୪ରେ ସୁଶାନ୍ତଙ୍କ ମୃତ୍ୟୁ ପରେ ମୁମ୍ବାଇ ପୋଲିସର ତଦନ୍ତ ପ୍ରକ୍ରିୟାରେ ଅସନ୍ତୋଷ ପ୍ରକାଶ କରି ପାଟନାରେ ସୁଶାନ୍ତଙ୍କ ପରିବାର ମାମଲା ରୁଜୁ କରିଥିଲେ। ବିହାର ସରକାର ଏହି ମାମଲାକୁ ସିବିଆଇକୁ ହସ୍ତାନ୍ତର କରିଥିଲେ।

ଆହୁରି ପଢନ୍ତୁ- ଆନ୍ଧ୍ରପ୍ରଦେଶ ପରେ ପଶ୍ଚିମବଙ୍ଗରେ ସିବିଆଇକୁ ନା

ଆହୁରି ପଢ଼ନ୍ତୁ

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

ଆଜି ଭାରତ ବନ୍ଦ: ସକାଳୁ ସକାଳୁ ପିକେଟିଂ, ରାସ୍ତାରୋକ

ଆର୍‌ଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ନାଁରେ ସାଂଘାତିକ ଅଭିଯୋଗ

You might also like