ସୁଶାନ୍ତ ସିଂ ମୃତ୍ୟୁ ଘଟଣା: CBI ତଦନ୍ତ ପାଇଁ ସହମତି ପ୍ରକାଶ କଲେ କେନ୍ଦ୍ର ସରକାର

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ବିହାର ସରକାରଙ୍କ ପକ୍ଷରୁ ହୋଇଥିବା ସୁପାରିଶରେ କେନ୍ଦ୍ର ସରକାର ସହମତି ପ୍ରକାଶ କରିଛନ୍ତି।

ଏହି ଘଟଣାର ସିବିଆଇ ତଦନ୍ତ ପାଇଁ ବିହାର ସରକାରଙ୍କ ସୁପାରିଶକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଆଜି ଏନେଇ ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି ସଲିସିଟର୍‌ ଜେନେରାଲ୍‌ ତୁଷାର ମେହେଟା। ଫଳରେ ମୁମ୍ବାଇ ପୋଲିସ୍‌କୁ ଏକ ପ୍ରକାର ଝଟ୍‌କା ଲାଗିଥିବା କୁହାଯାଉଛି।

ସିବିଆଇ ତଦନ୍ତ ପାଇଁ କାଲି ବିହାର ସରକାର ସୁପାରିଶ କରିଥିଲେ। ସୁଶାନ୍ତଙ୍କ ପିତା କେକେ ସିଂହ ସିବିଆଇ ତଦନ୍ତ ଦାବି ନେଇ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ମଧ୍ୟ ନିବେଦନ କରିଥିଲେ। ଯାହା ପରେ ନୀତିଶ କୁମାର ମଙ୍ଗଳବାର ସୁଶାନ୍ତଙ୍କ ମୃତ୍ୟୁର ସିବିଆଇ ତଦନ୍ତ ପାଇଁ ସୁପାରିଶ୍ କରିଥିଲେ। ଗତକାଲି ରାଜ୍ୟପାଳ ଏହି ଘଟଣାର ସିବିଆଇ ତଦନ୍ତ ପାଇଁ ସହମତି ପ୍ରକାଶ କରିଥିଲେ।

ଜୁନ୍‌ ୧୪ରେ ମୁମ୍ବାଇ ବାନ୍ଦ୍ରା ସ୍ଥିତ ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ସୁଶାନ୍ତଙ୍କ ମୃତଦେହ ମିଳିଥିଲା।

ଆହୁରି ପଢ଼ନ୍ତୁ

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ସଲମାନ୍‌, କରଣଙ୍କୁ ସମନ୍‌

ଫିଲ୍ମ ‘ABCD’ ଫେମ୍‌ ଆକ୍ଟର କିଶୋର ଅମନ୍ ଗିରଫ, ଡଗ୍ସ ଜବତ

ଅନୁରାଗ କଶ୍ୟପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ, ଅଭିନେତ୍ରୀ କହିଲେ-ମୋ ସୁରକ୍ଷା ଏବେ ବିପଦରେ…

ସୁଶାନ୍ତଙ୍କୁ ହତ୍ୟା କରାଯାଇଥିଲା କି ? ଉଠିଲା ଏହି ୧୦ ପ୍ରଶ୍ନ

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

ଓଡ଼ିଆ ଅଭିନେତା ଶ୍ରୀତମ ଦାସଙ୍କୁ କରୋନା

ବ୍ୟଥିତ ମନରେ ମୁମ୍ବାଇ ଛାଡ଼ିଲେ କଙ୍ଗନା ରଣାୱତ

ସୁଶାନ୍ତଙ୍କ ଫାର୍ମହାଉସ୍‌ରେ ହେଉଥିଲା କି ଡ୍ରଗ୍ସ ପାର୍ଟି ? ମିଳିଲା ଏସବୁ ଜିନିଷ

କଙ୍ଗନାଙ୍କ ଘରର ଅବୈଧ ନିର୍ମାଣର ତାଲିକା ଦେଲା ବିଏମ୍‌ସି

ରାଜ୍ୟପାଳଙ୍କୁ ନ୍ୟାୟ ମାଗିଲେ କଙ୍ଗନା

ଆଉନାହାନ୍ତି ଅଜିତ୍ ଦାସ

You might also like