ସୁଶାନ୍ତଙ୍କ ଆତ୍ମହତ୍ୟା ନେଇ ପୋଲିସ ଉପରକୁ ଅଙ୍ଗୁଳି ଉଠାଇଲେ ରୂପା ଗାଙ୍ଗୁଲି

ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ବିୟୋଗ ସମସ୍ତଙ୍କୁ ଚକିତ କରିଦେଇଛି। ସୁଶାନ୍ତ ଜୁନ୍‌ ୧୪ରେ ତାଙ୍କ ବାନ୍ଦ୍ରା ସ୍ଥିତ ଘରେ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁ ପରଠାରୁ ପ୍ରଶଂସକମାନେ କ୍ରମାଗତ ଭାବରେ ସୋସିଆଲ ମିଡିଆରେ ସିବିଆଇ ତଦନ୍ତ ଦାବି କରିଆସୁଛନ୍ତି। ଏହା ସହିତ ପୋଲିସ ସୁଶାନ୍ତଙ୍କ ଘନିଷ୍ଠ ବନ୍ଧୁ ଏବଂ ତାଙ୍କ ସହ ଜଡିତ କିଛି ଲୋକଙ୍କୁ ପଚରାଉଚରା କରୁଛି। ଏନେଇ ‘ମହାଭାରତରେ’ ଦୌପଦୀ ଭୂମିକାରେ ଅଭିନୟ କରିଥିବା ରୂପା ଗାଙ୍ଗୁଲି ତାଙ୍କ ଟ୍ୱିଟ୍‌ରେ ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କରିବା ସହିତ ସିବିଆଇ ତଦନ୍ତ ଦାବି କରିଛନ୍ତି।

ରୂପା ଗାଙ୍ଗୁଲି ସୁଶାନ୍ତ ସିଂହ ରାଜପୁତଙ୍କ ଏକ ଫଟୋ ତାଙ୍କ ଟ୍ୱିଟର ହ୍ୟାଣ୍ଡେଲରେ ସେୟାର କରି ଲେଖିଛନ୍ତି ଯେ ‘#cbiforsushant’ ‘(# ସିବିଆଇଫର୍‌ସୁଶାନ୍ତ)’ । ରୂପା ତାଙ୍କ ପୋଷ୍ଟକୁ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ମଧ୍ୟ ଟ୍ୟାଗ କରିଛନ୍ତି। ସେ କହିଛନ୍ତି ‘ତଦନ୍ତ କ’ଣ ଶୀଘ୍ର ଚାଲିଛି, ଫୋରେନ୍‌ସିକ୍‌ ଟିମ୍‌ କାହିଁକି ଜୁନ୍‌ ୧୫ରେ ସେଠାରେ ପହଞ୍ଚିଲା। ଶବ ବ୍ୟବଚ୍ଛେଦ ସମୟରେ ଶରୀରରେ କୌଣସି ବିଷାକ୍ତ ପଦାର୍ଥ ଅଛି କି ନାହିଁ ତା’ର ପ୍ରମାଣ ମିଳିଲା? ସିସିଟିଭି ଫୁଟେଜ ଚେକ୍‌ କରାଯାଇ ଦେଖିଗଲା କି ସେଦିନ ଘରକୁ ଅନ୍ୟ କେହି ଆସିଥିଲେ କି?। ପୋଲିସ ଏହାକୁ କିପରି ଆତ୍ମାହତ୍ୟା ବୋଲି ଘୋଷଣା କଲା। ସେତେବେଳେ ସୁଶାନ୍ତଙ୍କ ଘରୁ କୌଣସି ବି ସୁଇସାଇଟ୍‌ ନୋଟ୍‌ ମିଳିନଥିଲା। ରୂପା ଗାଙ୍ଗୁଲିଙ୍କର ଏହି ଟ୍ୱିଟ୍‌ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।

ସୂଚନାଥାଉକି, ‘ପବିତ୍ର ରିସ୍ତା’ ସିରିୟଲରେ ଅଭିନୟ କରି ସୁଶାନ୍ତ ବେଶ୍ ଲୋକପ୍ରିୟତା ଅର୍ଜନ କରିଥିଲେ। ଶେଷଥର ପାଇଁ ତାଙ୍କୁ ଫିଲ୍ମ ‘ଛିଛୋରେ’ ଦେଖିବାକୁ ମିଳିଥିଲା। ତାଙ୍କର ପ୍ରଥମ ବଲିଉଡ୍‌ ଫିଲ୍ମ ଥିଲା ‘କାଇ ପୋ ଚେ’। ସେ ‘ପିକେ’, ‘କେଦାରନାଥ’ ଭଳି ଫିଲ୍ମରେ ଅଭିନୟ କରିଥିଲେ। ବାୟୋପିକ୍‌ ‘ଏମ୍.ଏସ୍ ଧୋନି: ଦ ଅନ୍‌ଟୋଲ୍ଡ‌ ଷ୍ଟୋରୀ’ରେ ସୁଶାନ୍ତ ସିଂ ଅଭିନୟ ବେଶ୍‌ ଚମତ୍କାର ଥିଲେ। ଫିଲ୍ମଟି ମଧ୍ୟ ବକ୍ସ ଅଫିସ୍‌ରେ ହିଟ୍‌ କରିଥିଲା। କ୍ରିକେଟର ଏମ୍‌.ଏସ୍ ଧୋନୀଙ୍କ ଉପରେ ଫିଲ୍ମଟି ତିଆରି ହୋଇଥିଲା।

ଆହୁରି ପଢ଼ନ୍ତୁ

ଫିଲ୍ମ ନିର୍ମାତା ନିଶିକାନ୍ତ କାମାତ ଗୁରୁତର; ହସ୍‌ପିଟାଲ୍‌ରେ ଭର୍ତ୍ତି

ପ୍ରଥମଥର ସୁଶାନ୍ତଙ୍କ ପରିବାରକୁ ଇଡିର ପଚରାଉଚୁରା

ପ୍ରସିଦ୍ଧ ଲେଖକ ରାହତ ଇନ୍ଦୋରି କରୋନା ପଜିଟିଭ

ଦିଶା ସାଲିୟାନଙ୍କ ହତ୍ୟା ମାମଲାରେ ନିଜ ନାଁ ଯୋଡ଼ିବାରୁ ଥାନାରେ ମାମଲା ରୁଜୁ କଲେ ସୁରଜ ପଞ୍ଚୋଲି

ସୁଶାନ୍ତ ମୃତ୍ୟୁ ମାମଲା: ରିୟା ଚକ୍ରବର୍ତ୍ତୀଙ୍କ ଅଭିଯୋଗକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ସୁସ୍ଥ ହୋଇ ଘରକୁ ଫେରିଲେ ସଞ୍ଜୟ ଦତ୍ତ

ସୁଶାନ୍ତଙ୍କ ସହ ବାର୍ତ୍ତାଳାପର ହ୍ୱାଟ୍ସଆପ୍‌ ସ୍କ୍ରିନ୍‌ଶଟ୍‌ ଶେଆର୍ କଲେ ରିୟା

‘ଦ୍ୱିତୀୟ ବିବାହ କରିବାରୁ ବାପାଙ୍କ ସହ ସୁଶାନ୍ତଙ୍କ ସମ୍ପର୍କ ଖରାପ ହୋଇଥିଲା’

ED ଜେରା ବେଳେ ଆଉ ଏକ ନମ୍ବର ଲୁଚାଇଥିଲେ ରିୟା

ଭଉଣୀଙ୍କ ନାଁରେ ସୁଶାନ୍ତ ଜମା କରିଥିବା ଫିକ୍ସଡ୍‌ ଡିପୋଜିଟ୍‌ରୁ କୋଟି କୋଟି ଟଙ୍କା ଗାଏବ !

ସୁଶାନ୍ତଙ୍କ ଆସିଷ୍ଟାଣ୍ଟ ଦେଲେ ରିୟାଙ୍କ ବିରୋଧରେ ଚାଞ୍ଚଲ୍ୟକର ତଥ୍ୟ

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ସିବିଆଇ ତଦନ୍ତର ଆବଶ୍ୟକ ନାହିଁ ବୋଲି କହିଲା ମୁମ୍ବାଇ ପୁଲିସ

You might also like