OTV Bureau 5:57 pm, February 22, 2021
ଓଡିଶା ବଜେଟ୍ 2021: ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୫ଶହ କୋଟି ବ୍ୟୟବରାଦ।
ଆଜି ଉପସ୍ଥାପନ ହେବ ରାଜ୍ୟ ବଜେଟ୍। ବିଧାନସଭାରେ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ପେପର୍ ଲେସ୍ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଗତବର୍ଷ ଅପେକ୍ଷା ଏବର୍ଷ ୧୩ ପ୍ରତିଶତ ବଜେଟ୍ ପରିମାଣ ବଢିଥିବା ବେଳେ, କୋଭିଡ୍ ପାଇଁ ସ୍ୱାସ୍ଥ୍ୟ ଓ ଶିକ୍ଷା ସମେତ ବିଭିନ୍ନ କ୍ଷେତ୍ରରେ ବର୍ଦ୍ଧିତ ଖର୍ଚ୍ଚକୁ ସରକାର କିପରି ପରିଚାଳନା କରୁଛନ୍ତି ତା’ ଉପରେ ସମସ୍ତଙ୍କ ନଜର ରହିଛି।