କାର୍ପେଟ କାରଖାନାରେ ବିସ୍ଫୋରଣ

ବିସ୍ଫୋରଣରେ ୧୧ ଜଣଙ୍କ ମୃତ୍ୟୁ,ଏନ୍‌ଡିଆର୍‌ଏଫ୍ ଟିମ୍‌ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଭଦୋହୀ ଜିଲ୍ଲାରେ ଅଘଟଣ। ଏକ କାର୍ପେଟ କାରଖାନାରେ ବିସ୍ଫୋରଣ ହୋଇ ୧୧ ଜଣଙ୍କ ମୃତ୍ୟୁ ହୋଇଛି। କାରଖାନା ପରିସରରେ ଥିବା ଖୋଲା ସ୍ଥାନକୁ ବେଆଇନ୍‌ ଭାବେ ବାଣ ତିଆରି ପାଇଁ ବ୍ୟବହାର କରାଯାଉଥିଲା। ତେଣୁ ବାଣରୁ ଏହି ବିସ୍ଫୋରଣ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।

ବିସ୍ଫୋରଣର ମାତ୍ରା ଏତେ ଅଧିକ ଥିଲା ଯେ ନିମିଷକ ମଧ୍ୟରେ କାରଖାନାଟି ଧ୍ୱଂସସ୍ତୁପରେ ପରିଣତ ହୋଇଥିଲା। ବିସ୍ଫୋରଣର ପ୍ରଭାବରେ ପାଖରେ ଥିବା ତିନିଟି ଘର ମଧ୍ୟ ଭାଙ୍ଗିଯାଇଛି। ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଧ୍ୱଂସସ୍ତୁପ ତଳେ ଆହୁରି କିଛି ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି।

ଏନ୍‌ଡିଆର୍‌ଏଫ୍ ଟିମ୍‌ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଚାଲିଛି। ଅନ୍ୟପକ୍ଷରେ ବିସ୍ଫୋରଣର କାରଣ ସମ୍ପର୍କରେ ଫରେନ୍‌ସିକ୍‌ ଟିମ୍‌ ଅନୁଧ୍ୟାନ କରୁଛି।

ଆହୁରି ପଢ଼ନ୍ତୁ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ଉମା ଭାରତୀଙ୍କୁ କରୋନା

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

ଅକ୍ଟୋବର-୧ରୁ ସିନେମା, ନାଟକ, ମୁକ୍ତାକାଶ ରଙ୍ଗମଞ୍ଚ ଓ ଯାତ୍ରା ଆଦିକୁ ଅନୁମତି

ସରକାରଙ୍କୁ ଏସଆଇଆଇ ଅଧ୍ୟକ୍ଷକଙ୍କ ପ୍ରଶ୍ନ; କରୋନା ଭ୍ୟାକ୍ସିନ୍ ପାଇଁ‌ ୮୦ ହଜାର କୋଟି ଅଛି ତ ?

ଜାତିସଂଘର ନିଷ୍ପତ୍ତି ଗ୍ରହଣ ବର୍ଗର ସଦସ୍ୟ ହେବା ପାଇଁ ଆଉ କେତେ ଦିନ ଅପେକ୍ଷା କରିବ ଭାରତ ?

ମିଳିତ ଜାତିସଂଘରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ: କରୋନା ମହାମାରୀ ବେଳେ ଜାତିସଂଘର ଭୂମିକା କୁଆଡ଼େ ଗଲା ?

ଡ୍ରଗ୍ସ ନେଉଥିବା କଥା ଅସ୍ୱୀକାର କଲେ ସାରା ଓ ଶ୍ରଦ୍ଧା

କେନ୍ଦ୍ର ବିଜେପିରେ ବଡ଼ଧରଣର ପରିବର୍ତ୍ତନ; କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

You might also like