ମୁମ୍ବାଇରେ ୪ ମହଲା କୋଠା ଭୁଶୁଡ଼ି ୧୨ ମୃତ, ଏବେବି ୪୦ରୁ ଅଧିକ ଲୋକ ଫସିଥିବା ଆଶଙ୍କା

ମୁମ୍ବାଇ: ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଶେଷ ଖବର ସୁଦ୍ଧା ଭଗ୍ନାବଶେଷ ତଳୁ ୧୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଉଦ୍ଧାରକାରୀ ଦଳ ୫ ଜଣଙ୍କୁ ଜୀବନ୍ତ ଉଦ୍ଧାର କରିଛନ୍ତି। ଆଜି ସକାଳ ୧୧ଟା ୪୦ ମିନିଟ୍‌ରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି।

ଏବେ ବି ଭଗ୍ନାବଶେଷ ତଳେ ୪୦ରୁ ଅଧିକ ଲୋକେ ଫସି ରହିଥିବା ଅନୁମାନ କରାଯାଉଛି।

ଘଟଣାସ୍ଥଳରେ ଏନ୍‌ଡିଆର୍‌ଏଫ୍‌, ଅଗ୍ନିଶମ ବିଭାଗ ଏବଂ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜୋରଦାର କରାଯାଇଛି। ତେବେ ଜନଗହଳିପୂର୍ଣ୍ଣ ଅଞ୍ଚଳ ହୋଇଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି।

ଅନ୍ୟପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନାଭିସ୍‌ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ସରିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋଠାଟି ଶହେ ବର୍ଷରୁ ଅଧିକ ପୁରୁଣା ହୋଇଥିବା ଯୋଗୁ ଭୁଶୁଡ଼ି ପଡ଼ିଥିବା କୁହାଯାଉଛି।

You might also like