୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

ନୂଆଦିଲ୍ଲୀ: ଜଣେ ୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ଦ୍ରୁତ ଗତିରେ ଆସୁଥିବା ଏକ ବସ୍‌। ଉତ୍ତରପୂର୍ବ ଦିଲ୍ଲୀର ନନ୍ଦ ନଗରୀରେ ଗୁରୁବାର ରାତିରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ବସ୍‌କୁ ଜବତ କରାଯାଇଥିବା ବେଳେ ଡ୍ରାଇଭର ଫେରାର ଅଛି।

ମୃତକମାନେ ହେଲେ- ଗାଜିଆବାଦ ଲୋନିର ରବିନ୍ଦର୍‌(୨୨), ମାଣ୍ଡୋଲିର କରଣ(୧୨) ଓ ଅନ୍ୟ ଜଣଙ୍କ ପରିଚୟ ମିଳିପାରିନାହିଁ। ତାଙ୍କ ବୟସ ୪୦ ବର୍ଷ ହେବ ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ବସ୍‌ଟି ମାଣ୍ଡୋଲି ଫ୍ଲାଏଓଭର ତଳକୁ ଖସି ଭୌପୁରା ବର୍ଡର ଅଭିମୁଖେ ଯାଉଥିଲା। ଏହି ସମୟରେ ଫୁଟ୍‌ପାଥ୍‌ ଅତିକ୍ରମ କରୁଥିବା ବେଳେ ବସ୍‌ଟି ଭାରସାମ୍ୟ ହରାଇ ପ୍ରଥମେ ଏକ ଟ୍ରକ୍‌କୁ ଧକ୍କା ଦେବାପରେ ଠେଲା ଗାଡ଼ିରେ ବିକ୍ରି ହେଉଥିବା ଅଣ୍ଡା ଦୋକାନକୁ ଧକ୍କା ଦେଇ ଲୋକଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଆହତ ହୋଇଛନ୍ତି।

ଘଟଣାସ୍ଥଳରୁ ବସ୍‌ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ତାଙ୍କୁ ଧରିବା ପାଇଁ ପୋଲିସ୍‌ ଉଦ୍ୟମ ଜାରି ରଖିଥିବା ବେଳେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି।

ଅନ୍ୟପକ୍ଷରେ, ଏହି ଘଟଣା ପରେ ଉତ୍ତ୍ୟକ୍ତ ଲୋକ ବସ୍‌ ଭଙ୍ଗାରୁଜା କରିଥିଲେ। ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଥିଲା।

ଆହୁରି ପଢ଼ନ୍ତୁ

ପୁଲଓ୍ୱାମା ପ୍ରସଙ୍ଗ ଉଠାଇ ବିରୋଧୀଙ୍କ ଉପରେ ବର୍ଷିଲେ ମୋଦି

‘ଭାରତ ଉପରେ ଆଖି ପକାଇଲେ ଉଚିତ୍ ଜବାବ ଦେବୁ’

କ୍ଷଣିକ ଭିତରେ ହୋଇଗଲା ଛାରଖାର…ମାଟିରେ ମିଶିଗଲା ସବୁକିଛି

ରାସ୍ତା ଉପରେ ଆଇଟିବିପି ସେନାଙ୍କୁ ସାଲ୍ୟୁଟ୍‌ ମାରୁଥିବା ପିଲାକୁ ଅଢେଇ ଲକ୍ଷ ଟଙ୍କା ଦେଲେ ବିଜେପି ସାଂସଦ

ଭୂମିକମ୍ପ ଓ ସୁନାମିରେ ୧୭ ମୃତ, ୭୦୦ରୁ ଅଧିକ ଆହତ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

You might also like