ବସ୍-ଅଟୋ ମୁହାଁମୁହିଁ ଧକ୍କା; ୧୩ ମୃତ, ୪ ଗୁରୁତର

ଗ୍ୱାଲିଅର: ମଧ୍ୟପ୍ରଦେଶର ଗ୍ୱାଲିଅର ଜିଲ୍ଲାରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍-ଅଟୋ ମୁହାଁମୁହିଁ ଧକ୍କା ହେବା ଯୋଗୁ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ୧୦ ଜଣ ମହିଳା ଓ ଅଟୋ ରିକ୍ସା ଡ୍ରାଇଭର ଅଛନ୍ତି।

ଗ୍ୱାଲିଅରର ପୁରାନୀ ଛୱାନୀରେ ଏହି ଦୁର୍ଘଟଣା ଘଟିଛି। ବସ୍‌ଟି ମୋରେନା ଅଭିମୁଖେ ଯାଉଥିବା ବେଳେ ଅଟୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା।

ଗ୍ୱାଲିଅର ଏସ୍‌ପିଙ୍କ ସୂଚନା ଅନୁସାରେ, ଏକ ଅଙ୍ଗନବାଡ଼ି କେନ୍ଦ୍ରରେ ରୋଷେଇ କରୁଥିବା ଏହି ମହିଳାମାନେ ସେମାନଙ୍କର କାର୍ଯ୍ୟ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା। ସକାଳ ପ୍ରାୟ ୭ଟା ସମୟରେ ଏହି ଦୁର୍ଘଟଣା ଘଟିଛି।

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଏହାସହ  ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଓ ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ସୂଚନଥାଉ କି, ଗତ ସପ୍ତାହରେ ମଧ୍ୟପ୍ରଦେଶର ମଣ୍ଡଲା ଜିଲ୍ଲାରେ ଏକ ମିନି ଟ୍ରକ୍‌ ଓଲଟି ପଡ଼ିବା ଯୋଗୁ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୬ ଜଣ ଆହତ ହୋଇଥିଲେ।

You might also like