ମଝି ଆକାଶରେ ୨ ସେନା ବିମାନ ମୁହାଁମୁହିଁ ଧକ୍କା, ୧୫ ମୃତ

କାବୁଲ: ଆଫଗାନିସ୍ତାନରେ ବାୟୁସେନାର ୨ଟି ହେଲିକପ୍ଟର ମୁହାଁମୁହିଁ ଧକ୍କା ହେବା ଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି।

ସେଠାକାର ସ୍ଥାନୀୟ ଗଣମାଧ୍ୟମ ଟୋଲୋ ନ୍ୟୁଜ୍‌ର ସୂଚନା ଅନୁସାରେ, ମଙ୍ଗଳବାର ରାତିରେ ଦକ୍ଷିଣ ହେଲମନ୍ଦ ପ୍ରଦେଶର ମଝି ଆକାଶରେ ଆଫଗାନିସ୍ତାନ ବାୟୁସେନାର ୨ଟି ହେଲିକପ୍ଟର ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୧୫ଜଣଙ୍କ ମୃତ୍ୟୁ ଘଟିଛି।

ଅନ୍ୟ ଏକ ସୂତ୍ରରୁ ଜଣାପଡ଼ିଛି ଯେ ମୋଟ୍ ୮ ଜଣଙ୍କର ମୃତ୍ୟୁ ଘଟିଛି।

ହେଲେ ଏ ନେଇ ପ୍ରତିରକ୍ଷା ମନ୍ତ୍ରାଳୟ କୌଣସି ପ୍ରତିକ୍ରିୟା ରଖି ନାହିଁ।

କମାଣ୍ଡମାନଙ୍କୁ ଫେରାଇ ଆଣିବା ଏବଂ ଆହତ ସୁରକ୍ଷାକର୍ମୀଙ୍କୁ ନେଇ ଯାଉଥିବା ହେଲିକପ୍ଟର ମଧ୍ୟରେ ଏହି ଦୁର୍ଘଟଣା ଘଟିଛି।

ଏହି ଘଟଣାକୁ ନେଇ ସ୍ଥାନୀୟ ରାଜ୍ୟପାଳଙ୍କ ମୁଖପାତ୍ର ଓମାର ଜାୱକ କହିଛନ୍ତି ଯେ, ନାୱା ଜିଲ୍ଲାରେ ଏକ ଘଟଣା ଘଟିଛି। ହେଲେ ସେ କୌଣସି ତଥ୍ୟ ପ୍ରଦାନ କରି ନାହାନ୍ତି।

ଆହୁରି ପଢ଼ନ୍ତୁ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

କଙ୍ଗନାଙ୍କୁ ମୁମ୍ବାଇ ପୋଲିସ୍‌ର ସମନ

କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ବଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

You might also like