ଅଟୋ ଓ ଭ୍ୟାନ୍‌କୁ ଧକ୍କା ଦେଇ ଓଲଟି ପଡ଼ିଲା ଟ୍ରକ, ୧୬ ମୃତ

ଶାହାଜାହାନପୁର: ଉତ୍ତର ପ୍ରଦେଶର ଶାହାଜାହାନପୁରରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ପ୍ରଥମେ ଗୋଟିଏ ଅଟୋ ଏବଂ ଭ୍ୟାନ୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି। ଏଥିରେ ୧୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଏମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆଗକୁ ବୃଦ୍ଧି ପାଇବାର ଆଶଙ୍କା ପ୍ରକାଶ ପାଇଛି।

ଆଜି ସକାଳୁ ଜମକା କ୍ରସିଂ ଠାରେ ଏକ ଦ୍ରୁତଗାମୀ ଟ୍ରକ୍‌ ଯାଉଥିଲା। ତେବେ ଏହା ଭାରସାମ୍ୟ ହରାଇ ପ୍ରଥମେ ଗୋଟିଏ ଅଟୋକୁ ଧକ୍କା ଦେଇଥିଲା। ଏହା ରାସ୍ତାରୁ ଛିଟିକି ପଡ଼ିବା ପରେ ଟ୍ରକ୍‌ଟି ଆଉ ଗୋଟିଏ ଭ୍ୟାନ୍‌କୁ ଧକ୍କା ଦେଇଥିଲା।

ଏହା ନିକଟସ୍ଥ ଏକ ଘାଇକୁ ଖସି ପଡ଼ିଥିଲା। ଶେଷରେ ଟ୍ରକ୍‌ଟି ମଧ୍ୟ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ୧୬ ଜଣଙ୍କ ଜୀବନ ଚାଲିଯାଇଥିଲା। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ୩ ଜଣ ଶିଶୁ ରହିଛନ୍ତି। ଭ୍ୟାନ୍‌ରେ ଥିବା ଅଧିକାଂଶ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାରେ ଶୋକ ପ୍ରକାଶ କରିବା ସହ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ବଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

You might also like