ଖୁବ୍‌ଶୀଘ୍ର ଗୃହବନ୍ଦୀରୁ ମୁକୁଳିପାରନ୍ତି ୨ ପୂର୍ବତନ ମୁଖ୍ୟମନ୍ତ୍ରୀ

ଶ୍ରୀନଗର: ଖୁବ୍‌ଶୀଘ୍ର ଗୃହବନ୍ଦୀରୁ ମୁକୁଳିପାରନ୍ତି ଜମ୍ମୁ ଓ କାଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଓ ମେହବୁବା ମୁଫ୍‌ତି। ୨ ସପ୍ତାହ ଭିତରେ ଗୃହବନ୍ଦୀରୁ ସେମାନଙ୍କୁ ମୁକ୍ତ କରାଯିବ ବୋଲି ଜଣାପଡ଼ିଛି।

ଏହି ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ରାଜନୈତିକ ନେତାଙ୍କୁ ବି ମୁକ୍ତ କରାଯିବ ବୋଲି ସୂଚନା ମିଳିଛି। ଧାରା ୩୭୦ ଉଚ୍ଛେଦର ଠିକ୍ ପୂର୍ବରୁ ଏହି ନେତାଙ୍କୁ ଗୃହବନ୍ଦୀ କରାଯାଇଥିଲା।

ଜମ୍ମୁ ଓ କାଶ୍ମୀରରେ ପରିସ୍ଥିତି ସୁଧୁରୁଥିବାରୁ ଧୀରେ ଧୀରେ ଲାଗୁ ହୋଇଥିବା କଟକଣା ସବୁ ହଟାଇ ରାଜନୈତିକ ନେତାଙ୍କୁ ମୁକ୍ତ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

ପ୍ରଥମ ପର୍ଯ୍ୟାୟରେ ଗମନାଗମନ ଉପରୁ କଟକଣା ହଟିଥିଲା। ଏବେ ଲୋକମାନେ ଯିବା ଆସିବା କରିବା ସହ ଦୋକାନ ବଜାର ମଧ୍ୟ ଖୋଲାଗଲାଣି। କେତେକ ଅଞ୍ଚଳରେ ସ୍କୁଲ କଲେଜ ବି ଖୋଲିଲାଣି।

ଏଥିରୁ ଜଣାପଡୁଛି ଯେ କାଶ୍ମୀରରେ ସ୍ଥିତି ଧୀରେ ଧୀରେ ସ୍ୱାଭାବିକକୁ ଫେରୁଛି। ଗୃହବନ୍ଦୀ ଥିବା କାଶ୍ମୀରର ନେତାଙ୍କ ସହିତ ସ୍ଥାନୀୟ ପ୍ରଶାସନ ଆଲୋଚନା କରିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ଶେଷ ଡିବେଟ୍‌ରେ ଭାରତର ବାୟୁପ୍ରଦୂଷଣ ଆମେରିକା ଠାରୁ ଖରାପ ବୋଲି କହିଲେ ଟ୍ରମ୍ପ

ତାଲିବାନ ଆତଙ୍କବାଦୀଙ୍କ ଆକ୍ରମଣରେ ୨୦ ଆଫଗାନୀ ଯବାନ ସହିଦ

ଝିଅ ବାହାଘରରେ ଖର୍ଚ୍ଚ କରିଥିଲେ ୪୮୫ କୋଟି, ଏବେ ଦେବାଳିଆ

ଖଣ୍ଡାରେ କାଟିଲେ ବର୍ଥ ଡେ’ କେକ୍‌, ଘରୁ ଉଠାଇ ନେଲା ପୋଲିସ୍‌

ବାପାଙ୍କୁ ପିଟିପିଟି ମାରିଦେଲା ୧୬ ବର୍ଷର ଝିଅ

ବୟସ ୧୪, ଉଚ୍ଚତା ୭ ଫୁଟରୁ ଅଧିକ

ନା ଅଛି ମୋବାଇଲ୍‌ ନା ଚପଲ, ତଥାପି ନିର୍ବାଚନ ଲଢ଼ୁଛନ୍ତି ୭୨ ବର୍ଷୀୟ ବୃଦ୍ଧ

ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଆମେରିକାରେ କରୋନା ଆକ୍ରାନ୍ତଙ୍କୁ ଦିଆଯିବ ରେମେଡସିଭିର୍

୧୦ ଟଙ୍କାରେ ବିରିୟାନୀ ବିକୁଥିଲେ, ଉଠାଇ ନେଲା ପୋଲିସ୍‌

ଆଶ୍ୱସ୍ତିର ଖବର; କୋଭାକ୍ସିନକୁ ମିଳିଲା ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଅନୁମତି

ପିଆଜ ଚୋରି କରି ବନ୍ଧା ହେଲେ

You might also like