ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ସଫା

ଶ୍ରୀନଗର: ଜାମ୍ମୁକାଶ୍ମୀର ପୁଲୱାମାରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ପୁଲୱାମା ଟିକେନ୍ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ଖବରପାଇ ସୁରକ୍ଷା କର୍ମୀ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀ ଗୁଳି ଚଳାଇବାରୁ ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ଘଟଣାସ୍ଥଳରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ତେବେ ସେମାନେ କେଉଁ ଆତଙ୍କବାଦୀ ଗୋଷ୍ଠୀ ସେନେଇ କିଛି ସ୍ପଷ୍ଟ ହୋଇନି।  ଆହୁରି କିଛି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

You might also like