ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ: ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ହୋଇଥିବା ୨ ଆତଙ୍କବାଦୀ ହିଜବୁଲ୍ ମୁଜାହିଦ୍ଦିନ୍ ଆତଙ୍କବାଦୀ ସଂଗଠନର ସଦସ୍ୟ ବୋଲି ଜଣାପଡ଼ିଛି। ସେମାନଙ୍କ ନିକଟରୁ ବହୁ ପରିମାଣର ବିସ୍ଫୋରକ, ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ଅନନ୍ତନାଗରେ ଆତଙ୍କବାଦୀ ଲୁଚିଥିବା ନେଇ ଖବର ମିଳିବା ପରେ ସୁରକ୍ଷାକର୍ମୀ ଓ ପୁଲିସ୍‌ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା।

ତେବେ ସର୍ଚ୍ଚ ଅପରେସନ ବେଳେ ଆଜି ଭୋର ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ବର୍ଷଣ କରିବାରୁ ସୁରକ୍ଷାକର୍ମୀ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ୨ ଆତଙ୍କବାଦୀ ନିହତ ହୋଇଥିଲେ।

ଏହି ଘଟଣା ପରେ  ଆଖପାଖ ଅଞ୍ଚଳରେ ସୁରକ୍ଷାକର୍ମୀ ତଲାସି ଅଭିଯାନ ଆରମ୍ଭ କରିଛନ୍ତି। ଏହାସହ ନିକଟବର୍ତ୍ତୀ ଜାଗାଗୁଡ଼ିକରେ ଇଣ୍ଟରନେଟ୍ ସେବା ମଧ୍ୟ ବନ୍ଦ କରି ଦିଆଯାଇଛି।

You might also like