ଆହୁରି ୨୨ ବରିଷ୍ଠ ଟ୍ୟାକ୍ସ ଅଧିକାରୀ ବିଦା: ବାଧ୍ୟତାମୂଳକ ଅବସର ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ୨୨ ବରିଷ୍ଠ ଟ୍ୟାକ୍ସ ଅଧିକାରୀଙ୍କୁ କେନ୍ଦ୍ର ସରକାର ବିଦା କରିଛନ୍ତି। ଦୁର୍ନୀତି ଏବଂ କେତେକ ମାମଲାକୁ ଜାଣିଶୁଣି ଭୁଲ ଢ଼ଙ୍ଗରେ ନେବା ଅଭିଯୋଗରେ ୨୨ ଜଣ ବରିଷ୍ଠ ଟ୍ୟାକ୍ସ ଅଧିକାରୀଙ୍କୁ ଧାରା ୫୬(J) ଅନୁଯାୟୀ ବାଧ୍ୟତାମୂଳକ ଅବସର ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ସମାନ ଅଭିଯୋଗରେ ୨୭ ଜଣ ବରିଷ୍ଠ ଆଇଆରଏସ ଅଧିକାରୀଙ୍କୁ କେନ୍ଦ୍ର ସରକାର ବିଦା କରିଥିଲେ।

ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୟାକ୍ସ କ୍ଷେତ୍ରରେ ‘ଜିରୋ ଦୁର୍ନୀତି’ ଉପରେ ଗୁରୁତ୍ୱ ଦେଇ କହିଥିଲେ, ଏହା ଦ୍ୱାରା ଦେଶର ଅସଲି ଟିକସଦାତାଙ୍କୁ ଆଉ ଅଯଥା ସମସ୍ୟା କିମ୍ବା ହଇରାଣ ହରକତର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। ଏହାକୁ ଦୃଷ୍ଟିରେ ରଖି ଅର୍ଥ ମନ୍ତ୍ରଣାଳୟ ଟିକସଦାତାଙ୍କୁ ଅଯଥା ସମସ୍ୟାରେ ପକାଇଥିବା କିମ୍ବା ଦୁର୍ନୀତି କରିଥିବା ଅଭିଯୋଗରେ ଏହି ବାବୁ ମାନଙ୍କୁ ବିଦା କରିଛି ବୋଲି ଜଣାପଡ଼ିଛି।

ଜୁନ ମାସରେ କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡ(ସିବିଡିଟି)ଙ୍କ ନିର୍ଦ୍ଦେଶକ୍ରମେ ୧୨ ଅଧିକାରୀ ସମେତ ୨୭ ଆଇଆରଏସଙ୍କୁ ବିଦା କରାଯିବା ସହିତ ବାଧ୍ୟତାମୂଳକ ଅବସର ନେବା ପାଇଁ କୁହାଯାଇଥିଲା।

ଆହୁରି ପଢ଼ନ୍ତୁ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

You might also like