ଦିନକରେ ୨୭୮ ଜଣଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ:  ଦେଶରେ ହୁ ହୁ ହୋଇ ମାଡ଼ିଚାଲିଛି ମହାମାରୀ କରୋନା। ଗତ ୨୪ ଘଣ୍ଟାରେ ୬,୯୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୨୭୮ ଜଣଙ୍କ ମୃତ୍ୟୁ ହୋଇଛି। ବିଶ୍ୱର କରୋନା ସଂକ୍ରମିତ ସଂଖ୍ୟାରେ ଇଟାଲୀକୁ ଅତିକ୍ରମ କରି ଭାରତ ଷଷ୍ଠ ସ୍ଥାନରେ ରହିଛି।

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୬ ହଜାର ୬୨୮କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧ ଲକ୍ଷ ୧୯ ହଜାର ୨୯୩ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେଶ ୧ ଲକ୍ଷ ୨୦ ହଜାର ରହିଛି।

ମହାରାଷ୍ଟ୍ରରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏଠାରେ ସର୍ବାଧିକ ୮୨,୯୬୮ ଆକ୍ରାନ୍ତ ହୋଇଛନ୍ତି। ସେହିପରି ୨,୯୬୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଗୁଜୁରାଟରେ  ୧,୨୧୯, ଦିଲ୍ଲୀରେ ୭୬୧, ମଧ୍ୟପ୍ରଦେଶରେ ୩୯୯ ଜଣଙ୍କ ମୃତ୍ୟୁ ହୋଇଛି।

ସେହିପରି ପଶ୍ଚିମବଙ୍ଗରେ ୩୮୩, ଉତ୍ତରପ୍ରଦେଶରେ ୨୫୭, ତାମିଲନାଡୁରେ ୨୫୧, ରାଜସ୍ଥାନରେ ୨୩୧, ତେଲେଙ୍ଗାନାରେ ୧୨୩, ଆନ୍ଧ୍ର ପ୍ରଦେଶରେ ୭୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

You might also like