ଯବାନଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ

ଜମ୍ମୁ: ଏନକାଉଣ୍ଟରରେ ୩ ଆତଙ୍କବାଦୀ ମୃତ। ଜାମ୍ମୁ ଓ କାଶ୍ମୀର ଅନନ୍ତନାଗ କୋକେରନାଗ ଅଞ୍ଚଳରେ ହୋଇଛି ଏନକାଉଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। କୋକେରନାଗ ଭାଏଲୋ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ କରାଯାଇଥିଲା ଅପରେସନ।

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୩ ଆତଙ୍କବାଦୀ ନିହତ ହୋଇଥିବା କାଶ୍ମୀର ପୋଲିସ ଆଇଜି ସୂଚନା ଦେଇଛନ୍ତି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

You might also like