ବଢିଲା କରୋନା ଚିନ୍ତା; ଗୋଟିଏ ଦିନରେ ଦେଶରେ ସର୍ବାଧିକ ୬,୦୮୮ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଏହାସତ୍ତ୍ୱେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି।

କରୋନାରେ ଆକ୍ରାନ୍ତ ହୋଇ ଗୋଟିଏ ଦିନରେ ୧୪୮ଜଣଙ୍କ ମୃତ୍ୟୁ ହୋଇ ଥିବାବେଳେ ସର୍ବାଧିକ ୬ ହଜାର ୮୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୧ ଲକ୍ଷ ୧୮ ହଜାରରୁ ଅଧିକରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬୬,୩୩୦ ଜଣ ଚିକିତ୍ସାଧୀନ ଥିବାବେଳେ ୪୮,୫୩୪ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩,୫୮୩ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୬,୦୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମହାରାଷ୍ଟ୍ରରେ ସର୍ବାଧିକ ୪୧ହଜାର ୬୪୨ଜଣ ଆକ୍ରାନ୍ତ ହୋଇ ଥିବାବେଳେ ୧ହଜାର ୪୫୪ଜଣଙ୍କ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶରେ ୨୭୦, ପଶ୍ଚିମବଙ୍ଗରେ ୨୫୯, ଦିଲ୍ଲୀରେ ୧୯୪ ଓ ରାଜସ୍ଥାନରେ ୧୫୧ଜଣଙ୍କ କରୋନା ଆକ୍ରାନ୍ତରେ ମୃତ୍ୟୁ ହୋଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

You might also like