ଭୟଙ୍କର ସଡ଼କ ଦୁର୍ଘଟଣା, ଚାଲିଗଲା ୭ ଜୀବନ

ସିକର: ରାଜସ୍ଥାନର ସିକର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ଜଣ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ବୁଧବାର ରାତିରେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ, ସମସ୍ତ ମୃତାହତ ମାନେ ଏକ ଗାଡ଼ିରେ ଖଟୁଶ୍ୟାମ୍‌ ମନ୍ଦିରରୁ ଦର୍ଶନ ସାରି ଫେରୁଥିବା ବେଳେ ଖଟୁଶ୍ୟାମ୍‌-ରିଙ୍ଗାସ୍‌ ରୋଡ୍‌ରେ ବିପରୀତ ଦିଗରୁ ଆସୁଥିବା ଏକ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

ଅନ୍ୟପକ୍ଷରେ ଦୁର୍ଘଟଣାକୁ ନେଇ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଦୁଃଖ ପ୍ରକାଶ କରିଛନ୍ତି।ୟ

You might also like