କାରଖାନାରେ ଭୟଙ୍କର ବିସ୍ଫୋରଣ: ଉଡ଼ିଗଲା ଛାତ, ୭ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ଗାଜିଆବାଦରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏକ କାରଖାନାରେ ବିସ୍ଫୋରଣ ଘଟି ୭ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିସହ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଗାଜିଆବାଦ ମୋଦିନଗରରେ ଥିବା ମହମବତୀ କାରଖାନାରେ ଘଟିଛି ବିସ୍ଫୋରଣ।

ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ କାରଖାନାର ଛାତ ମଧ୍ୟ ଉଡ଼ିଯାଇଛି। କିଭଳି ସ୍ଥିତିରେ ଏହି ବିସ୍ଫୋରଣ ଘଟିଲା ତାହା ଜଣାପଡ଼ିନାହିଁ। ପୋଲିସ ଘଟଣାର ଛାନ୍‌ଭିନ୍ ଚଳାଇଛି। ପ୍ରାଥମିକ ଭାବେ ସ୍ଥାନୀୟ ଫାଣ୍ଡି ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।

ସୂଚନା ଅନୁଯାୟୀ କାରଖାନାଟି ଦୀର୍ଘ ଦିନରୁ ବେଆଇନ ଭାବେ ଚାଲୁଥିଲା। ଏ ନେଇ ପୂର୍ବରୁ ଅନେକ ଅଭିଯୋଗ ମଧ୍ୟ ହୋଇଥିଲେ ବି ଧ୍ୟାନ ଦେଉନଥିଲା ପ୍ରଶାସନ। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି। ଗୁରୁତର ଆହତଙ୍କୁ ମାଗଣାରେ ଚିକିତ୍ସା ସହ ସେମାନଙ୍କ ଲାଗି ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ

ଫିଲ୍ମ ‘ABCD’ ଫେମ୍‌ ଆକ୍ଟର କିଶୋର ଅମନ୍ ଗିରଫ, ଡଗ୍ସ ଜବତ

ଧାର୍ଯ୍ୟ ସମୟ ଆଗରୁ ଶେଷ ହୋଇପାରେ ମୌସୁମୀ ଅଧିବେଶନ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

You might also like