ଦାନା ବାନ୍ଧୁଛି ଲଘୁଚାପ ! ମେ’୫ ଯାଏ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ: ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପ ସାଗର ଉପରେ ଲଘୁଚାପ ଦାନା ବାନ୍ଧୁଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଡିପ୍ରେସନ୍‌ରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ବୋଲି IMD ପକ୍ଷରୁ ସୂଚନା ମିଳିଛି।

IMD ପକ୍ଷରୁ କୁହାଯାଇଛି, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ନିକଟବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ଉପରେ ଏକ ଲଘୁଚାପ ବଳୟ ଆଜି ସକାଳୁ ସୃଷ୍ଟି ହୋଇଛି। ଏହାର  ବେଗ ଖୁବ୍‌ ଧୀର ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବ ଏବଂ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗର ଏବଂ ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ଘନୀଭୂତ ହୋଇ ଡିପ୍ରେସନ ରୂପ ନେବ। ପ୍ରାୟ ମେ’ ୫ ତାରିଖ ସୁଦ୍ଧା  ଏହା ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଆସନ୍ତା ୨ ଦିନ ମଧ୍ୟରେ ଆଣ୍ଡମାନ ଓ ନିକୋବର ଆଇଲାଣ୍ଡର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ମେ’ ୩ରୁ ୫ ତାରିଖ ମଧ୍ୟରେ ଆଣ୍ଡାମାନ ଓ ନିକୋବର ଦ୍ୱୀପର  ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଭାରତ କିମ୍ବା ଓଡ଼ିଶା ଉପରେ ପଡ଼ିବ ନାହିଁ। ପୂର୍ବରୁ ୩ ତାରିଖରେ ଲ୍ୟାଣ୍ଡଫଲ କରିବ ବୋଲି କୁହାଯାଇଥିଲା। ହେଲେ ଏବେ ଏହା ୨ ଦିନ ବିଳମ୍ବ ଅର୍ଥାତ ମେ’୫ ରାତିରୁ ୬ ତାରିଖ ସକାଳ ମଧ୍ୟରେ ମିଆଁମାରରେ ଲ୍ୟାଣ୍ଡଫଲ କରିବାର ଯଥେଷ୍ଟ ସମ୍ଭାବନା ରହିଛି।

ପ୍ରଭାବରେ ପଞ୍ଜାବ, ହରିଆଣା, ଚଣ୍ଡିଗଡ଼, ଦିଲ୍ଲୀ, ଉତ୍ତର ପ୍ରଦେଶ ଓ ରାଜସ୍ଥାନରେ ମେ’ ୩ରୁ ୬ ତାରିଖ ଯାଏ ବର୍ଷାର ସମ୍ଭାବନା ରହିଛି। ସେହିପରି ପବନର ବେଗ ଘଣ୍ଟା ୪୦ରୁ ୫୦ କିମି ରହିବାର ଆଶଙ୍କା ରହିଛି।

ଆଣ୍ଡାମାନ ସାଗର ଏବଂ ଦକ୍ଷିଣପୂର୍ବ ବଙ୍ଗୋପ ସାଗରର ଏହି ସମୟରେ ଅଶାନ୍ତ ରହିବ ବୋଲି କୁହାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ କୁହାଯାଇଛି।

ସୂଚନା ଥାଉ କି ସମ୍ଭାବ୍ୟ ବାତ୍ୟାର ନାମ ଅମ୍ଫାନ ରଖାଯାଇଛି ।

ଅମ୍ଫାନର ପ୍ରଭାବରେ ରାଜ୍ୟର ଉତ୍ତର ପୂର୍ବ ଉପକୂଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇଛି। ଏହାସହ କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ୨ଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଏବଂ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ହେବା ସମ୍ଭାବନା ରହିଛି।

 

 

ଆହୁରି ପଢ଼ନ୍ତୁ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

You might also like