ଏପ୍ରିଲ ୩୦ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ନୂଆଦିଲ୍ଲୀ: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ଏପ୍ରିଲ ୩୦ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଡିପ୍ରେସନ୍ ରୂପ ନେଇପାରେ।

କାଳକ୍ରମେ ଏହା ଘନୀଭୂତ ହୋଇ ଆଣ୍ଡାମାନରୁ ମିଆଁମାର ଆଡ଼କୁ ମୁହାଁଇପାରେ। ଏପ୍ରିଲ ୩୦ରୁ ମେ’ ୩ ମଧ୍ୟରେ ମିଆଁମାର ମୁହାଁ ହେବାର ସମ୍ଭାବନା ରହିଛି। ଫଳରେ ଏପ୍ରିଲ ୩୦ରୁ ମେ ୩ ତାରିଖ ମଧ୍ୟରେ ଆଣ୍ଡାମାନ ସାଗର ଉପକୂଳରେ ବର୍ଷା ସହ ପବନ ବହିବାପାରେ। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପକୂଳରେ ଏପ୍ରିଲ ୩୦ରୁ ମେ’ ୧ ମଧ୍ୟରେ ପବନ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁୁ ସମୁଦ୍ରକୁ ଯିବା ଲାଗି ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

‘କୃଷକ ଆତ୍ମନିର୍ଭର ଭାରତର ଆଧାର’

ଭାରତରେ ନାଁ ବଦଳାଇ ଲୋକପ୍ରିୟ ହେଉଛନ୍ତି ଚାଇନିଜ୍ ଆପ୍‌

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ଉମା ଭାରତୀଙ୍କୁ କରୋନା

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

You might also like