ଜିଓ ପ୍ଲାଟଫର୍ମସ୍‌ରେ ୯ହଜାର କୋଟି ଟଙ୍କା ନିବେଶ କରିବ ଆବୁଧାବିର କମ୍ପାନୀ

ଭୁବନେଶ୍ୱର: ଜିଓ ପ୍ଲାଟଫର୍ମସ୍‌ରେ ୯୦୯୩.୬୦ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଆବୁଧାବିର ନିବେଶକାରୀ ସଂସ୍ଥା ମୁବାଦଲା। ଗତ ଛଅ ସପ୍ତାହରେ ବିଶ୍ୱସ୍ତରୀୟ ନିବେଶକଙ୍କଠାରୁ ୮୭,୬୫୫.୩୫ କୋଟି ଟଙ୍କାର ପୁଞ୍ଜିନିବେଶ ହାସଲ କରିଛି ଜିଓ ପ୍ଲାଟଫର୍ମସ୍‌। ଭାରତକୁ ବିଶ୍ୱର ଅଗ୍ରଣୀ ଡିଜିଟାଲ୍ ରାଷ୍ଟ୍ରରେ ପରିଣତ କରିବା ଲାଗି ଜିଓର ରହିଥିବା ଲକ୍ଷ୍ୟକୁ ଏହି ନିବେଶ ଆହୁରି ରୁଦ୍ଧିମନ୍ତ ଓ ତ୍ୱରାନ୍ୱିତ କରିବ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନି କହିଛନ୍ତି।

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌) ଓ ଭାରତର ଅଗ୍ରଣୀ ଡିଜିଟାଲ୍ ସେବା ପ୍ଲାଟଫର୍ମ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍‌) ପକ୍ଷରୁ ଆଜି ଘୋଷଣା କରାଯାଇଛି ଯେ ଆବୁଧାବି ସ୍ଥିତ ନିବେଶକ ସଂସ୍ଥା ମୁବାଦଲା ଇନଭେଷ୍ଟମେଂଟ୍ କଂପାନି (ମୁବାଦଲା) ଜିଓ ପ୍ଲାଟଫର୍ମସ୍‌ରେ ୯,୦୯୩.୬୦ କୋଟି ଟଙ୍କା ପୁଞ୍ଜିନିବେଶ କରିବ ।

ଜିଓ ପ୍ଲାଟ୍‌ଫର୍ମସ୍‌ର ମୋଟ ଇକ୍ୱିଟି ମୂଲ୍ୟ ୪.୯୧ ଲକ୍ଷ କୋଟି ଟଙ୍କା ଏବଂ ଏଟଂରପ୍ରାଇଜ୍‌ ମୂଲ୍ୟ ୫.୧୬ ଲକ୍ଷ କୋଟି ଟଙ୍କା ଆକଳନ ଅନୁସାରେ ମୁବାଦଲାର ଏହି ନିବେଶ ଜିଓ ପ୍ଲାଟଫର୍ମସ୍‌ରେ ପୂର୍ଣ୍ଣ ବିଘଟିତ ହୋଇପାରୁଥିବା ୧.୮୫ ପ୍ରତିଶତ ଇକ୍ୱିଟି ଅଂଶଧନରେ ରୂପାନ୍ତରିତ ହେବ।

ଏହି ନିବେଶ ସହିତ ଛଅ ସପ୍ତାହରୁ କମ୍ ସମୟ ଭିତରେ ଫେସବୁକ୍‌, ସିଲ୍‌ଭର ଲେକ୍‌, ଭିଷ୍ଟା ଇକ୍ୱିଟି ପାର୍ଟନର୍ସ, ଜେନେରାଲ ଆଂଟାଲଟିକ୍‌, କେକେଆର୍ ଓ ମୁବାଦଲା ଭଳି ବିଶ୍ୱସ୍ତରୀୟ ନିବେଶକଙ୍କ ଠାରୁ ଜିଓ ପ୍ଲାଟଫର୍ମସ୍ ୮୭,୬୫୫.୩୫ କୋଟି ଟଙ୍କାର ପୁଞ୍ଜିନିବେଶ ହାସଲ କରିଛି।

“ବିଶ୍ୱର ଅଗ୍ରଣୀ ଡିଜିଟାଲ୍ ଦେଶରେ ପରିଣତ ହେବା ତଥା ଭାରତର ଡିଜିଟାଲ୍ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ଲାଗି ଆମର ଯେଉଁ ଯାତ୍ରା ରହିଛି, ସେଥିରେ ସହଯୋଗୀ ହେବା ପାଇଁ ବିଶ୍ୱର ଅନ୍ୟତମ ପ୍ରମୁଖ ନିବେଶକ ମୁବାଦଲା ନିଷ୍ପତି ନେଇଥିବାରୁ ଆମେ ବେଶ୍ ଉତ୍ସାହିତ। ସାରା ବିଶ୍ୱରେ ଅଭିବୃଦ୍ଧିର ଯାତ୍ରାରେ ସହାୟକ ହୋଇଥିବା ମୁବାଦଲାର ଅଭିଜ୍ଞତା ଓ ଗଭୀର ଜ୍ଞାନରୁ ଆମେ ଲାଭବାନ ହେବାକୁ ଆଶା ରଖିଛୁ।’’

-ମୁକେଶ ଅମ୍ବାନି, ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ, ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ସମ୍ପୂର୍ଣ୍ଣ ଅଧିକୃତ ସହଯୋଗୀ କମ୍ପାନୀ ଭାବେ ଜିଓ ପ୍ଲାଟଫର୍ମସ୍ ହେଉଛି ଏକ ପରବର୍ତ୍ତୀ ପିଢ଼ିର ଟେକ୍ନୋଲୋଜି ପ୍ଲାଟଫର୍ମ, ଯାହାକି ୩୮୮ ନିୟୁତରୁ ଅଧିକ ଗ୍ରାହକଙ୍କୁ ସମଗ୍ର ଭାରତରେ ଉଚ୍ଚମାନର ତଥା ସୁଲଭ ମୂଲ୍ୟରେ ଡିଜିଟାଲ୍ ସେବା ଯୋଗାଇବା ଉପରେ ଗୁରୁତ୍ୱ ଦେଉଛି।

ଜିଓ ପ୍ଲାଟଫର୍ମ ଏହାର ଡିଜିଟାଲ ଇକୋସିଷ୍ଟମ ମଧ୍ୟରେ ବ୍ରଡ୍‌ବ୍ୟାଣ୍ଡ ସଂଯୋଗୀକରଣ, ସ୍ମାର୍ଟ ଡିଭାଇସ୍‌, କ୍ଲାଉଡ୍ ଏବଂ ଏଜ୍ କମ୍ପ୍ୟୁଟିଂ, ବୃହତ ଡାଟା ଆନାଲିଟିକ୍ସ, କୃତ୍ରିମ ବୁଦ୍ଧିମତା (ଆର୍ଟିଫିସିଆଲ ଇଟେଂଲିଜେନ୍ସ), ଇଂଟରନେଟ୍ ଅଫ୍ ଥିଙ୍ଗସ୍‌, ଅଗମେଂଟେଡ୍ ଆଣ୍ଡ୍ ମିକ୍ସଡ୍ ରିଅଲିଟି ଏବଂ ବ୍ଲକ୍ ଚେନ୍ ଆଦି ଅଗ୍ରଣୀ ଟେକ୍ନୋଲୋଜିକୁ ଆଧାର କରି ବ୍ୟାପକ ବିନିଯୋଗ କରିଛି।

ଜିଓର ଲକ୍ଷ୍ୟ ହେଉଛି ସାରା ଦେଶର ୧୩୦ କୋଟି ଲୋକ ଏବଂ ବ୍ୟବସାୟଗୁଡିକ ପାଇଁ ଏକ ଡିଜିଟାଲ୍ ଇଣ୍ଡିଆକୁ ସକ୍ଷମ କରିବା ଯାହା ସାରାଦେଶର ବ୍ୟବସାୟ, ଛୋଟ ବ୍ୟବସାୟୀ, କ୍ଷୁଦ୍ର ବ୍ୟବସାୟ ଏବଂ କୃଷକମାନଙ୍କୁ ସାମୂହିକ ଅଭିବୃଦ୍ଧିର ଫଳ ପ୍ରଦାନ କରିପାରିବ।

ଆହୁରି ପଢ଼ନ୍ତୁ

କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ବଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

You might also like