ଅଗଷ୍ଟ ୩୧ ଯାଏ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସବୁ ସ୍ପେଶାଲ ସ୍କୁଲ୍ ବନ୍ଦ

ନୂଆଦିଲ୍ଲୀ/ଭୁବନେଶ୍ୱର: ମହାମାରୀ କରୋନା ପାଇଁ ଅଗଷ୍ଟ ୩୧ ଯାଏ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସବୁ ସ୍ପେଶାଲ ସ୍କୁଲ୍ ବନ୍ଦ ରହିବ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ  ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସବୁ ସ୍ପେଶାଲ ସ୍କୁଲ୍‌ ଗୁଡ଼ିକୁ ଅଗଷ୍ଟ ୩୧ ଯାଏ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

ଏନେଇ ସମସ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ଚିଠି ଲେଖି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଅବଗତ କରାଇଛି।

ପୂର୍ବରୁ ସରକାରଙ୍କ ଗାଇଡଲାଇନ୍‌ ଅନୁଯାୟୀ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସ୍ପେଶାଲ ସ୍କୁଲ୍‌କୁ  ଜୁଲାଇ ୩୧ ଯାଏ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିଲା। ବର୍ତ୍ତମାନ ପରିସ୍ଥିତିରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି। ତେଣୁ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସ୍ପେଶାଲ ସ୍କୁଲ୍‌ ଗୁଡ଼ିକୁ ଅଗଷ୍ଟ ୩୧ ଯାଏ ବନ୍ଦ ରଖିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶାର ୨୩ଟି ଜିଲ୍ଲାରେ ୧୦୩ଟି ସ୍ପେଶାଲ ସ୍କୁଲ୍ ରହିଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like