ଭାରତରେ କରୋନାର ଗୋଷ୍ଠୀ ସଂକ୍ରମଣ ହୋଇନି

ନୂଆଦିଲ୍ଲୀ: ଭାରତରେ କରୋନାର ଗୋଷ୍ଠୀ ସଂକ୍ରମଣ ହୋଇନି। ଦେଶରେ କୋଭିଡ୍ ସଂକ୍ରମଣର ହାର ବଢ଼ିଚାଲିଥିଲେ ବି ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇନଥିବା ICMR ଡିଜି ବଳରାମ ଭାର୍ଗବ ସ୍ପଷ୍ଟ କରିଛନ୍ତି।

ସେହିଭଳି ଲକଡାଉନ୍ ପଦକ୍ଷେପ ଦ୍ୱାରା ଦେଶର କରୋନାର ଦ୍ରୁତ ସଂକ୍ରମଣକୁ ସଫଳତାର ସହ ରୋକାଯାଇ ପାରିଥିବା ସେ କହିଛନ୍ତି।

ଗତ କିଛି ସପ୍ତାହ ଧରି ଦିଲ୍ଲୀ ଓ ମୁମ୍ବାଇରେ କରୋନା ମାମଲା ଅହେତୁକ ଭାବେ ବୃଦ୍ଧି ଘଟୁଥିବାରୁ ଗୋଷ୍ଠୀ ସଂକ୍ରମଣ ନେଇ ଆଶଙ୍କା ପ୍ରକାଶ ପାଇଥିଲା। ତେବେ ଗୋଷ୍ଠୀ ସଂକ୍ରମଣ ଆଶଙ୍କାକୁ ନେଇ ଆଜି ସ୍ପଷ୍ଟ କେନ୍ଦ୍ର ସରକାର ସେପଟେ ଦେଶରେ ଟେଷ୍ଟିଂ ହାର ବଢ଼ାଯାଇଥିବାରୁ ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ୍ ଅଗ୍ରଓ୍ୱାଲ ସୂଚନା ଦେଇଛନ୍ତି।

ଏଣେ ଗତ ୨୪ ଘଣ୍ଟାରେ ମଧ୍ୟରେ ଦେଶରେ ଆଉ ୧୦ ହଜାର ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୬ ହଜାର ୫୭୯କୁ ବୃଦ୍ଧି ହୋଇଛି। ସେହିଭଳି ଆଜି ଗୋଟିଏ ଦିନରେ ୩୫୭ କରୋନା ରୋଗୀଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୮ ହଜାର ୧୦୨ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

You might also like