୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ଗଲେ ଅର୍ଣ୍ଣବ ଗୋସ୍ୱାମୀ

ମୁମ୍ବାଇ: ରିପବ୍ଲିକ୍ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ ଓ ଆଉ ୨ ଜଣଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଆତ୍ମହତ୍ୟା ପାଇଁ ଉସୁକାଇବା ଅଭିଯୋଗରେ ଗତକାଲି ବିଳମ୍ବିତ ରାତିରେ ମୁମ୍ବାଇର ଏକ କୋର୍ଟରେ ଅର୍ଣ୍ଣବ ଓ ଅନ୍ୟ ୨ଜଣଙ୍କୁ ହାଜର କରାଯାଇଥିଲା।

୫୩ ବର୍ଷୀୟ ଇଣ୍ଟେରିଅର୍‌ ଡିଜାଇନରଙ୍କୁ ଆତ୍ମହତ୍ୟା ପାଇଁ ଉସୁକାଇବା ମାମଲାରେ ପୋଲିସ୍‌ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଗତକାଲି ଗିରଫ କରିଥିଲା। ୨୦୧୮ରେ ଏହି ଆତ୍ମହତ୍ୟା ଘଟଣା ଘଟିଥିଲା।

ଜାମିନ ପାଇଁ ଅର୍ଣ୍ଣବଙ୍କ ଓକିଲ ପକ୍ଷରୁ ହୋଇଥିବା ଆବେଦନର ଶୁଣାଣି ଆଜି ହୋଇପାରେ। ଅନ୍ୟପକ୍ଷରେ, ଅର୍ଣ୍ଣବ ଗୋସ୍ୱାମୀ, ତାଙ୍କ ପତ୍ନୀ ଓ ଆଉ ଦୁଇ ଜଣଙ୍କ ନାଁରେ ମୁମ୍ବାଇ ପୋଲିସ୍‌ ଆଉ ଏକ ମାମଲା ରୁଜୁ କରିଛି। ଅର୍ଣ୍ଣବଙ୍କୁ ଗିରଫ କରିବାକୁ ଯାଇ ଥିବାବେଳେ ଏମାନେ ସମସ୍ତେ ମିଶି ବାଧାସୃଷ୍ଟି କରିଥିବା ଏତଲାରେ ଦର୍ଶାଯାଇଛି।

ଗତକାଲି ମୁମ୍ବାଇ ଓ ରାଇଗଡ଼ ପୋଲିସ୍‌ର ମିଳିତ ଟିମ୍ ମୁମ୍ବାଇ ଲୋୟର ପରେଲ ସ୍ଥିତ ଅର୍ଣ୍ଣବଙ୍କ ଘରେ ପଶି ଜୋରଜବରଦସ୍ତ ତାଙ୍କୁ ଗିରଫ କରିଥିଲେ। କୋର୍ଟ କି ଅନ୍ୟ ଆଇନଗତ କାଗଜପତ୍ର ଦେଖାଇନଥିଲା ପୋଲିସ୍ ଟିମ୍‌। ଏପରିକି ତାଙ୍କ ଘରେ ତାଙ୍କୁ ଜବରଦସ୍ତି ଟଣା ଓଟରା କରିଥିଲା ପୋଲିସ୍‌। ପରେ ଜୋରଜବରଦସ୍ତ ଭ୍ୟାନ୍‌ରେ‌ ନେଇଯାଇଥିଲେ।

ଆହୁରି ପଢ଼ନ୍ତୁ

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

ଆଜି ଭାରତ ବନ୍ଦ: ସକାଳୁ ସକାଳୁ ପିକେଟିଂ, ରାସ୍ତାରୋକ

ଆର୍‌ଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ନାଁରେ ସାଂଘାତିକ ଅଭିଯୋଗ

You might also like