ଆଜି ଦିଆଯିବ ଜେଟଲୀଙ୍କୁ ଅନ୍ତିମ ବିଦାୟ

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କ ଶେଷକୃତ୍ୟ ଆଜି ସମ୍ପନ୍ନ ହେବ। ନୂଆଦିଲ୍ଲୀର ନିଗମ୍‌ବୋଧ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ହେବ।

ଆଜି ସକାଳ ୧୦ଟାରେ ତାଙ୍କର ପାର୍ଥିବ ଶରୀରକୁ ଦଳର ମୁଖ୍ୟାଳୟକୁ ନିଆଯିବ। ସେଠାରେ ଦଳୀୟ କର୍ମୀ ଓ ନେତାମାନେ ଜେଟ୍‌ଲୀଙ୍କ ଶେଷ ଦର୍ଶନ କରିବେ। ଏହା ପରେ ତାଙ୍କର ଅନ୍ତିମ ଯାତ୍ରା ବାହାରିବ ଏବଂ ନିଗମ୍‌ବୋଧ ଘାଟରେ ହେବ ଅନ୍ତିମ ସଂସ୍କାର।

ବାହାରିନ୍‌ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଦେଶରୁ ଫେରି ଜେଟଲୀଙ୍କ ଶେଷକୃତ୍ୟରେ ଯୋଗ ଦେବାର ସମ୍ଭାବନା ଅଛି।

ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଗତକାଲି ପରଲୋକ ହୋଇଯାଇଛି। ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା।

ଜେଟଲୀଙ୍କ ବିୟୋଗରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ସ୍ୱରାଷ୍ଟ୍ର ମନ୍ତ୍ରୀ, ପ୍ରତିରକ୍ଷାମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିବା ସହିତ ତାଙ୍କ ଘରକୁ ଯାଇ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like