ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅଶୋକ ଗେହଲଟ୍

ଜୟପୁର: ତୃତୀୟ ଥର ପାଇଁ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଅଶୋକ ଗେହଲଟ୍‌ ଶପଥ ଗ୍ରହଣ କରିଛନ୍ତି। ସେହିପରି ରାଜସ୍ଥାନର ଉପ ମୁଖ୍ୟମନ୍ତ୍ରୀ ଭାବେ ସଚିନ୍ ପାଇଲଟ୍ ଶପଥ ନେଇଛନ୍ତି। ରାଜ୍ୟପାଳ କଲ୍ୟାଣ ସିଂହ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ।

ଆଜି ଜୟପୁର ଆଲ୍‌ବର୍ଟ ପ୍ୟାଲେସ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମର ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ କଂଗ୍ରେସ ସଭାପତି ରାହୁଲ ଗାନ୍ଧି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଉପସ୍ଥିତ ଥିଲେ। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଏହି ଉତ୍ସବରେ ଯୋଗ ଦେଇଥିବା ସୂଚନା ମିଳିଛି।

ନିର୍ବାଚନ ଫଳାଫଳ ଆସିବା ପରେ ମୁଖ୍ୟମନ୍ତ୍ରୀ ପଦ ନେଇ ରାଜସ୍ଥାନରେ ଛକାପଞ୍ଝା ଲାଗି ରହିଥିଲା। ୨୦୧୯ ନିର୍ବାଚନକୁ ଆଖିରେ ରଖି ଗେହଲଟ୍‌ଙ୍କୁ ପୁଣି ଥରେ ରାଜସ୍ଥାନର ନେତୃତ୍ୱ ଦେବାକୁ କଂଗ୍ରେସ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

You might also like