ଆସାମ ବନ୍ୟା; ଗଲାଣି ୮୯ ଲୋକଙ୍କ ଜୀବନ

ଦିଶପୁର: ଆସାମର ବନ୍ୟା ସ୍ଥିତି ଗମ୍ଭୀର ହେବାରେ ଲାଗିଛି।  ବନ୍ୟାରେ ୨୬ ଟି ଜିଲ୍ଲା ପ୍ରଭାବିତ ହୋଇଥିବା ବେଳେ ୮୯ ଜଣଙ୍କ ଜୀବନ ଯାଇଛି। ଦିବ୍ରୁଗଡ, କୋକ୍ରାଝର ଭଳି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଚାରିଆଡ଼େ ଖାଲି ପାଣି ଆଉ ପାଣି ଘରଦ୍ୱାର, ଚାଷ ଜମି ଓ ରାସ୍ତା ଘାଟ ସବୁଠି ପ୍ରକୃତିର ବିଭୀଷିକା ।ବହୁ ସଂଖ୍ୟକ ଲୋକଙ୍କ ଘର, ଦ୍ୱାର ପାଣିରେ ବୁଡି ରହିଛି। 

ଏମିତିକି ସ୍ଥାନେ ସ୍ଥାନେ ରାସ୍ତାରେ ୩/୪ ଫୁଟ୍ ଉଚ୍ଚରେ ଲହଡି ଭାଙ୍ଗୁଛି ବନ୍ୟାଜଳ॥ ବ୍ରହ୍ମପୁତ୍ର ସମେତ ଅନ୍ୟ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ସ୍ଥିତି ଜଟିଳ ହେଉଛି । ସେପଟେ ବନ୍ୟାସ୍ଥିତି ପ୍ରଭାବିତ ଜିଲ୍ଲାରେ ଏନଡିଆରଏଫ, ଏସ୍‌ଡିଆରଏଫ ଟିମ୍ ଲୋକଙ୍କୁ ଉଦ୍ଧାର କରୁଛନ୍ତି। ଶୁଖିଲା ଖାଦ୍ୟ ସାମଗ୍ରୀ ପହଞ୍ଚାଇବା ସହ ପାଣିଘରରେ ଥିବା ଲୋକଙ୍କୁ ଉଦ୍ଧାର କରାଯାଉଛି।

ସୂଚନାଥାଉ କି, ରାଜ୍ୟରେ ବନ୍ୟା ଯୋଗୁଁ ୨୬, ୩୧, ୩୪୩  ଲୋକ ପ୍ରଭାବିତ ହୋଇଛନ୍ତି। ବିଶେଷକରି ବାରପେଟା, ଡିବ୍ରୁଗଡ, କୋକରାଜ, ବଙ୍ଗାଇଗାଓଁ, ଟିନୁସୁକିଆରେ ବନ୍ୟା ପରିସ୍ଥିତି ଗୁରୁତର ହୋଇଛି। କାଜିରଙ୍ଗା ଜାତୀୟ ଉଦ୍ୟାନରୁ ୧୨୦ ଜନ୍ତୁଙ୍କର ମୃତ୍ୟୁ ଘଟିଲାଣି। ତେବେ ୧୪୭ ଜୀବଜନ୍ତୁଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନରେ ରଖାଯାଇଛି।

 

ଆହୁରି ପଢ଼ନ୍ତୁ

ଦେଶରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୧୩ ଦିନରେ ୧୦ ଲକ୍ଷ ସୁସ୍ଥ

ଭାରତର ସାର୍ବଭୌମତ୍ୱ ରକ୍ଷାର ପ୍ରୟାସକୁ ସମର୍ଥନ କଲା ଆମେରିକା

ନଭେମ୍ବର ଶେଷ ଯାଏ ବଢ଼ିଲା ଅନ୍‌ଲକ୍‌ ୫.୦ ଗାଇଡ୍‌ ଲାଇନ କଟକଣା

ଏବେ ଯେକୌଣସି ବ୍ୟକ୍ତି ଜାମ୍ମୁ କାଶ୍ମୀରରେ କିଣି ପାରିବେ ଜାଗା

ବାହା ହେବାକୁ ମନା କରିବାରୁ ଅଭିନେତ୍ରୀଙ୍କୁ ଛୁରାମାଡ଼ କଲେ ଫେସ୍‌ବୁକ ଫ୍ରେଣ୍ଡ

ଲଭ୍‌-ଜିହାଦ୍‌ରୁ ହତ୍ୟା! ସିସିଟିଭିରେ କଏଦ୍‌ ହେଲା ଭିଡିଓ

ଅଓ୍ୱନ୍ତିପୋରାରେ ଏନ୍‌କାଉଣ୍ଟର: ଆତ୍ମସମର୍ପଣ କଲା ଆତଙ୍କୀ

କେନ୍ଦ୍ରମନ୍ତ୍ରୀ ରାମଦାସ ଆଠୱାଲେ କରୋନା ପଜିଟିଭ୍

ହାଥରସ ଘଟଣା: ସୁପ୍ରିମକୋର୍ଟ କହିଲେ ୟୁପିରୁ ବାହାରକୁ ସ୍ଥାନାନ୍ତର ହେବନି ମାମଲା

୨ ଲକ୍ଷରୁ ଅଧିକ ଟଙ୍କାର ପିଆଜ ଚୋରି

ଭାରତ-ଆମେରିକା ଟୁ ପ୍ଲସ ଟୁ ବୈଠକ: BECA ରାଜିନାମା ସ୍ୱାକ୍ଷର କରିବେ ଦୁଇ ଦେଶ

ବିହାର ନିର୍ବାଚନ: ୩୪% ପ୍ରାର୍ଥୀଙ୍କ ନାଁରେ ରହିଛି ଅପରାଧିକ ମାମଲା

You might also like