ସେପ୍ଟେମ୍ବର ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ୍ ସମୟସୀମାକୁ କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି। ସେପ୍ଟେମ୍ବର ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବାକୁ ବନ୍ଦ ରଖିବାକୁ Directorate General of Civil Aviation(DGCA) ପକ୍ଷରୁ କୁହାଯାଇଛି। DGCAର ଏହି ନିଷ୍ପତ୍ତି ପରେ ପୂର୍ବଭଳି ଅନ୍‌ଲକ୍‌ ୪ରେ ମଧ୍ୟ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଛି।

କେବଳ ଡିଜିସିଏ ଅନୁମତିପ୍ରାପ୍ତ କାର୍ଗୋ ଅପରେସନ ଓ ବିମାନକୁ ଉଡ଼ାଣ ପାଇଁ ଅନୁମତି ମିଳିଛି। ତେବେ କିଛି ନିର୍ଦ୍ଦିଷ୍ଟ ସ୍ଥାନକୁ ସହମତି ଭିତ୍ତିରେ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ କରାଯାଇପାରିବ ବୋଲି DGCA ପକ୍ଷରୁ କୁହାଯାଇଛି।

ସୂଚନାଥାଉ କି, କରୋନା ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୨୩ରୁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଛି। ବିଦେଶରେ ଫସି ଥିବା ଭାରତୀୟଙ୍କୁ ଆଣିବା ଲାଗି ବନ୍ଦେ ଭାରତ ମିଶନ ଜରିଆରେ କିଛି ଦେଶକୁ ବିମାନ ଉଡ଼ାଣ ଆରମ୍ଭ ହୋଇଥିଲା।

ଆହୁରି ପଢ଼ନ୍ତୁ

ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତିରେ ମୁଁ ସନ୍ତୁଷ୍ଟ, ଏଥିପାଇଁ କାହାର ଧାରଣା ଦେବା ଆବଶ୍ୟକ ନାହିଁ: ହାଥରସ ପୀଡ଼ିତାଙ୍କ ବାପା

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୮ ହଜାର ପାର୍

ପୋଲିସ କର୍ମୀ ଅଟକାଉଥିବା ବେଳେ ଠେଲାପେଲାରେ ତଳେ ପଡ଼ିଗଲେ ରାହୁଲ ଗାନ୍ଧି

ପୁଣି ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଘଂନ; ୩ ଭାରତୀୟ ଯବାନ ସହିଦ

ଲକ୍‌ଡାଉନ୍ ବେଳେ ବୁକ୍‌ ହୋଇଥିବା ଟିକେଟ୍‌ର ପୂରା ଟଙ୍କା ଫେରସ୍ତ ପାଇବେ ଯାତ୍ରୀ

ମାରଣା ଷଣ୍ଢ କବଳରୁ ଜେଜେ ମା’ଙ୍କୁ ଉଦ୍ଧାର କଲା କୁନି ନାତି

ସାମ୍ନାକୁ ଆସିଲା ଆଉ ଏକ ଭାଇରସ୍‌: ଭାରତରେ ସଂକ୍ରମଣ ବ୍ୟାପିବାର ଯଥେଷ୍ଟ ଆଶଙ୍କା

ହାଥରସ ଗଣଦୁଷ୍କର୍ମ ମାମଲା; ପୀଡିତାଙ୍କ ପରିବାର ଲୋକଙ୍କୁ ଭେଟିବାକୁ ଯାଉଛନ୍ତି ପ୍ରିୟଙ୍କା-ରାହୁଲ

ରିୟାଙ୍କ ଘରୁ ମିଳିଲା ଏମିତି ଜିନିଷ, ହୋଇପାରେ ୧୦ ବର୍ଷ ଜେଲ୍‌

ହାଥରସ୍‌ ଘଟଣାର ପୁନରାବୃତ୍ତି: ଦୁଷ୍କର୍ମ ପରେ ମରଣାନ୍ତକ ଆକ୍ରମଣ, ଆଖି ବୁଜିଲେ ଛାତ୍ରୀ

ପର୍ଯ୍ୟଟକଙ୍କୁ ଗାଳିଗୁଲଜ କରୁଥିଲେ ଶୁଆ, ନିଆଗଲା ଏମିତି କାର୍ଯ୍ୟାନୁଷ୍ଠାନ

ଅନଲକ୍-୫ ଗାଇଡ୍ ଲାଇନ୍: କ’ଣ ଖୋଲିବ କେଉଁ ସବୁ କଟକଣା ରହିବ ଜାଣନ୍ତୁ

You might also like