ଦେଶବ୍ୟାପୀ ୨ ଦିନିଆ ବ୍ୟାଙ୍କ୍‌ ଧର୍ମଘଟ ଚେତାବନୀ

ଭୁବନେଶ୍ୱର: ପବ୍ଲିକ୍‌ ସେକ୍ଟର ବ୍ୟାଙ୍କର ୪ଟି ଅଫିସର୍ସ ୟୁନିୟନ ପକ୍ଷରୁ ଆସନ୍ତା ୨୬ ଓ ୨୭ ତାରିଖରେ ବ୍ୟାଙ୍କ ଧର୍ମଘଟ ନେଇ ଚେତାବନୀ ଦିଆଯାଇଛି। ସରକାରଙ୍କ ବ୍ୟାଙ୍କ ମିଶ୍ରଣକୁ ବିରୋଧ କରି ବ୍ୟାଙ୍କ ଅଫିସର୍ସ ୟୁନିୟନ ସାରା ଦେଶରେ ଏହି ଧର୍ମଘଟ ଡାକରା ଦେଇଛି।

ଅଲ୍‌ ଇଣ୍ଡିଆ ବ୍ୟାଙ୍କ୍‌ ଅଫିସର୍ସ କନ୍‌ଫେଡ୍ରେସନ୍‌(ଏଆଇବିଓସି), ଅଲ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏସନ୍‌(ଏଆଇବିଓଏ), ଇଣ୍ଡିଆନ୍‌ ନ୍ୟାସନାଲ୍‌ ବ୍ୟାଙ୍କ୍‌ ଅଫିସର୍ସ କଂଗ୍ରେସ(ଆଇଏନ୍‌ବିଓସି), ନ୍ୟାସନାଲ୍‌ ଅର୍‌ଗାନାଇଜେସନ୍ ଅଫ୍‌ ବ୍ୟାଙ୍କ୍‌ ଅଫିସର୍ସ(ଏନ୍‌ଓବିଓ) ପକ୍ଷରୁ ଏହି ବନ୍ଦ ଡାକରା ପାଇଁ ଚେତାବନୀ ଦିଆଯାଇଛି।

ସପ୍ତାହକୁ ୫ ଦିନ କାର୍ଯ୍ୟ ଦିବସ, ତୁରନ୍ତ ବେତନରେ ସଂଶୋଧନ ଓ ଅନ୍ୟାନ୍ୟ ଦାବିର ଯଦି ସମାଧାନ କରା ନ ଯାଏ ତେବେ ନଭେମ୍ବର ଦ୍ୱିତୀୟ ସପ୍ତାହରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ କରିବାକୁ ଅଫିସର୍ସ ୟୁନିୟନ ପକ୍ଷରୁ ଚେତାବନୀ ଦିଆଯାଇଛି। ଏହାସହ ୯ଦଫା ଦାବି ନେଇ ମଧ୍ୟ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦିଆଯାଇଛି।

୧୦ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ମିଶାଇ ୪ଟି ବଡ଼ ବ୍ୟାଙ୍କ ଗଠନ ନେଇ କେନ୍ଦ୍ର ସରକାର ଘୋଷଣା କରିବା ପରେ ଏହାକୁ ବିରୋଧ କରି ବ୍ୟାଙ୍କ ଅଫିସର୍ସ ୟୁନିୟନ ପକ୍ଷରୁ ଏଭଳି ବନ୍ଦ ଡାକରା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ବିରୋଧ ସତ୍ତ୍ୱେ ଲୋକସଭାରେ ପାରିତ ହେଲା କୃଷି ବିଲ

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

You might also like